Latest Odisha News

BREAKING NEWS

କାଳବୈଶାଖୀ ଆଶଙ୍କା, ୧୪ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ପକ୍ଷରୁ ଓଡ଼ିଶାର ୧୪ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବାର ସତର୍କ ସୂଚନା ଦିଆଯାଇଛି । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ଶନିବାର ରାତି ୯ଟା ମଧ୍ୟରେ ପବନ ବହିବା ସହିତ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି ।

ପାଣିପାଗ କେନ୍ଦ୍ର ପକ୍ଷରୁ ଯେଉଁ ଜିଲ୍ଲା ଗୁଡ଼ିକୁ ଏଥିଲାଗି ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି ସେହି ଜିଲ୍ଲା ଗୁଡ଼ିକ ହେଲା – ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ନୟାଗଡ଼, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ଝାରସୁଗୁଡ଼ା, ସମ୍ବଲପୁର, ଦେଓଗଡ଼, ଖୋର୍ଦ୍ଧା ଏବଂ କଟକ ଜିଲ୍ଲା ।

ତେବେ ରାଜ୍ୟର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୫୦ ରୁ ୬୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲା ମାନଙ୍କରେ ସନ୍ଧ୍ୟା ୬ଟାରୁ ରାତି ୯ଟା ମଧ୍ୟରେ ଘଡ଼ଘଡ଼ି ସହିତ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.