Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୮ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର : ଓଡିଶାର ପ୍ରାୟ ୮ଟି ଜିଲ୍ଲାରେ ବର୍ଷା ସହ ବିଜୁଳି ଓ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି ।

ଭାରତୀୟ ପାଣିପାଗ କେନ୍ଦ୍ରର ବୁଲେଟିନ୍ ଅନୁଯାୟୀ ରାଜ୍ୟର ପ୍ରାୟ ୮ ଜିଲ୍ଲାରେ ଦ୍ୱୀପ୍ରହର ୨ଟା ୧୫ମି.ରୁ ସନ୍ଧ୍ୟା ୫ଟା ୧୫ମି. ଯାଏଁ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ଘଡଘଡି ମାରିବାର ଆଶଙ୍କା ରହିଛି ।

ପାଣିପାଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଗଜପତି,ନୟାଗଡ, ମୟୁରଭଞ୍ଜ, ବାଲେଶ୍ୱର, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ଆଲର୍ଟ ଜାରି କରାଯାଇଛି।

ଏହି ସମସୟ ମଧ୍ୟରେ ଲୋକମାନଙ୍କୁ ସତର୍କ ରହିବା ଲାଗି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.