Latest Odisha News

ରାଜ୍ୟର ୩ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ନେଇ ୟୋଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସମ୍ବଲପୁର, ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ା ଆଦି ଜିଲ୍ଲାକୁ ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଏହି ୩ ଜିଲ୍ଲାବାସୀଙ୍କୁ ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ପାଣିପାଗ ଗତିବିଧି ଉପରେ ନଜର ରଖିବା ସହ ବଜ୍ରପାତ ମୁକ୍ତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି ।

ଅନ୍ୟପଟେ, ଆସନ୍ତାକାଲି ଠାରୁ ୭ ତାରିଖ ଯାଏଁ ୨ ରୁ ୪ ଡିଗ୍ରୀ ତାପମାତ୍ରା ବଢିବା ସହ ଉପକୂଳରେ ପୁଣି ଲାଗିରହିବ ଗୁଳୁଗୁଳି । ଏନେଇ ଉପକୂଳର ଜିଲ୍ଲାଗୁଡିକରେ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ ।

ସୋନପୁର, ବୌଦ୍ଧ, ବଲାଙ୍ଗୀର, ବରଗଡ଼, ନୂଆପଡା କନ୍ଧମାଳ ଜିଲ୍ଲାରେ ୪୨ ଡିଗ୍ରୀ ଉପରେ ତାପମାତ୍ରା ରହିବା ସହ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ ।

Comments are closed.