Latest Odisha News

BREAKING NEWS

ମାର୍ଚ୍ଚ ୩୧ ଯାଏ କରୋନା କଟକଣା ବଢ଼ାଇଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : କିଛି ରାଜ୍ୟରେ ଦେଖାଦେଲାଣି କରୋନାର ଦ୍ବିତୀୟ ଲହର । ଏହାସହ କରୋନାକୁ ନେଇ ଲୋକଙ୍କ ମନରେ ଛନକା ପଶିଲାଣି । ଏସବୁ ଭିତରେ ସାରା ଦେଶରେ ମାର୍ଚ୍ଚ ୩୧ ତାରିଖ ଯାଏ ବଢିଲା କରୋନା କଟକଣା । କରୋନା ସଂକ୍ରମଣକୁ ଦୃଷ୍ଟିରୁ ରଖି ଏଭଳି ନିଷ୍ପତ୍ତି ନେଇଛି କେନ୍ଦ୍ର ଗୃହ ବିଭାଗ । ଗାଇଡଲାଇନ୍ ଅନୁଯାୟୀ, ପୂର୍ବଭଳି ଜାରି ରହିବ କଣ୍ଟେନମେଣ୍ଟ କଟକଣା । ସେହିପରି ଟିକାକରଣକୁ ତ୍ୱରାନ୍ୱିତ କରିବାକୁ ସବୁ ରାଜ୍ୟକୁ ନିର୍ଦ୍ଦେଶ ଦିଆଯାଇଛି ।

ତେବେ ପୂର୍ବଭଳି ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ବଜାୟ ରଖିବା ନିୟମ ବଳବତ୍ତର ରହିବ । କୋଭିଡ୍ ଗାଇଡଲାଇନକୁ ପାଳନ କରି ସ୍କୁଲ କଲେଜ୍ ଚାଲିବ । କ୍ଲାସରୁମରେ ଛାତ୍ରଛାତ୍ରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ରହିବ । ସେହିପରି ୫୦ ପ୍ରତିଶତ ଦର୍ଶକରେ ସିନେମା ହଲ୍ ଚାଲିପାରିବ । ବାହାଘର ଏବଂ ଅନ୍ତିମ ଯାତ୍ରାରେ ସମସ୍ତେ ମାସ୍କ ପିନ୍ଧିବା ଏବଂ ସାମାଜିକ ଦୂରତା ବଜାୟ ରଖିବା କୁହାଯାଇଛି ।

Leave A Reply

Your email address will not be published.