Latest Odisha News

ଅନନ୍ତନାଗରେ ସେନା ଏନକାଉଣ୍ଟର, ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ-କାଶ୍ମୀର ଅନ୍ତର୍ଗତ ଅନନ୍ତନାଗ ଜିଲ୍ଲାର ଲାରନୁ ଅଞ୍ଚଳରେ ଶନିବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ଗୁଳି ବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଛି ।

ସୁତ୍ରରୁ ପ୍ରକାଶ ଯେ ଅନନ୍ତନାଗ ଜିଲ୍ଲାର ଲାରନୁ ଅଞ୍ଚଳରେ କେତେକ ଆତଙ୍କବାଦୀମାନେ ଛପି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା । ସୂଚନାକୁ ଆଧାର କରି ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଆରମ୍ଭ କରାଯାଇଥିଲା ।

ଏହି ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀ ପକ୍ଷରୁ ଅତର୍କିତ ଗୁଳି ଚାଳନା ହେବା ଫଳରେ ସୁରକ୍ଷାକର୍ମୀଙ୍କ ପାଲଟା ଗୁଳି ମାଡରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ନେଇ ସୂଚନା ମିଳିଛି ।

ଏନକାଉଣ୍ଟର ଏରିଆରୁ ଏକେ ରାଇଫଲ୍ ମିଳିଥିବା ନେଇ ଆଧିକାରିକ ସୁତ୍ରରୁ ପ୍ରକାଶ ।

ତେବେ ସେନା ପକ୍ଷରୁ ସମ୍ପୃକ୍ତ ଅଞ୍ଚଳକୁ ଘେରାଉ କରି ତଲାସି ଅଭିଯାନକୁ ଜୋରଦାର କରାଯାଇଛି।

Leave A Reply

Your email address will not be published.