Latest Odisha News

BREAKING NEWS

ରାଜ୍ୟ ସରକାରଙ୍କ ଆଉ ଜଣେ ମନ୍ତ୍ରୀଙ୍କୁ କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତ ହୋଇଛନ୍ତି ଆଉ ଜଣେ ମନ୍ତ୍ରୀ । କାମାକ୍ଷାନଗର ବିଧାୟକ ତଥା ରାଜ୍ୟ ଖଣି, ଇସ୍ପାତ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।

ସେ ଲେଖିଛନ୍ତି, ସେ କୋଭିଡ୍ ଟେଷ୍ଟ କରାଇଥିଲେ ଓ ତାଙ୍କର ରିପୋର୍ଟ ପଜିଟିଭ୍ ବାହାରିଛି । ଏବେ ସେ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କୋଭିଡ୍ ଟେଷ୍ଚ କରାଇବା ସହ ସଂଗରୋଧରେ ରହିବା ପାଇଁ ଅନୁରୋଧ କରିଛନ୍ତି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ।

Comments are closed.