ଭୁବନେଶ୍ବର : ନୂଆବର୍ଷରେ ଶିକ୍ଷକଙ୍କୁ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ପରାମର୍ଶ । କ୍ଲାସରୁମକୁ ଶିକ୍ଷକ ଫୋନ ନନେବାକୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ । କ୍ଲାସରୁମରେ ଫୋନ୍ ସୁଇଚ୍ ଅଫ୍ ରଖିବାକୁ କହିଛନ୍ତି ମନ୍ତ୍ରୀ । ପୂର୍ବରୁ ସମ୍ବଲପୁର ଜିଲ୍ଲା ଶିକ୍ଷା ଅଧିକାରୀ ଯେଉଁ ନିଷ୍ପତ୍ତି ନେଇଛନ୍ତି, ତାହାକୁ ମନ୍ତ୍ରୀ ସ୍ବାଗତ କରିଛନ୍ତି । ତେବେ ଆଗାମୀ ଦିନରେ ଏହାକୁ ସାରା ରାଜ୍ୟରେ ଲାଗୁ କରିବାକୁ ବିଚାର ବିମର୍ଶ ଚାଲିଛି ବୋଲି କହିଛନ୍ତି ମନ୍ତ୍ରୀ ।
ଅନ୍ୟପଟେ ରାଜ୍ୟର ୨୫୦ ବ୍ଲକରେ ଆଦର୍ଶ ବିଦ୍ୟାଳୟ ଖୋଲାଯାଇଛି । ଅନ୍ୟ ବ୍ଲକରେ ଆଦର୍ଶ ବିଦ୍ୟାଳୟ ଖୋଲାଯିବ । ଚଳିତ ବର୍ଷ ଷଷ୍ଠ ଶ୍ରେଣୀରୁ ପାଠପଢ଼ା ଆରମ୍ଭ କରାଯିବ । ରାଜ୍ୟର ସମସ୍ତ ସ୍କୁଲକୁ ରୂପାନ୍ତରୀକରଣ କରି 5T ଅଧୀନକୁ ଅଣାଯିବ । ଆଦର୍ଶ ବିଦ୍ୟାଳୟରେ ୧୭୦୦ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରାଥମିକରୁ ଉଚ୍ଚଶିକ୍ଷା ପର୍ଯ୍ୟନ୍ତ ଶିକ୍ଷାକୁ କିଭଳି ଗୁରତ୍ବ ଦିଆଯିବ, ତାଉପରେ ଧ୍ୟାନ ଦିଆଯାଉଛି । ଦଶମ ଓ ଦ୍ବାଦଶ ବାର୍ଷିକ ପରୀକ୍ଷା ସଠିକ ସମୟରେ କରି ଫଳାଫଳ ବାହାର କରାଯିବ ବୋଲି କହିଛନ୍ତି ମନ୍ତ୍ରୀ । ସେହିପରି ପ୍ରଥମରୁ ପଞ୍ଚମ ଶ୍ରେଣୀ ସ୍କୁଲ ଖୋଲିବା ନେଇ ସବୁ ପ୍ରସ୍ତୁତି ଶେଷ ହୋଇଛି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ।
Comments are closed.