Latest Odisha News

BREAKING NEWS

ଓଡିଶା ସାହିତ୍ୟ ଏକାଡେମୀ ସଚିବଙ୍କ ବିୟୋଗରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀଙ୍କ ଶୋକ ପ୍ରକାଶ

କଟକ: ଓଡିଶା ସାହିତ୍ୟ ଏକାଡେମୀ ସଚିବ ପ୍ରବୋଧ କୁମାର ରାଉତଙ୍କ ବିୟୋଗରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଅଶ୍ବିନୀ କୁମାର ପାତ୍ର ଗଭୀର ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି। ସ୍ବର୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକ ସନ୍ତପ୍ତ ପରିବାର ବର୍ଗକୁ ସେ ସମବେଦନା ଜ୍ଞାପନ କରିଛନ୍ତି। ରାଜ୍ୟର ଜଣେ ବୁଦ୍ଧିଜୀବୀ, ଅମ୍ଲାନ ପ୍ରତିଭା ଓ ସାରସ୍ବତ ସାଧକଙ୍କୁ ଆଜି ହରାଇଲା ବୋଲି ଶ୍ରୀ ପାତ୍ର କହିଛନ୍ତି। ଜଗତର ନାଥ ପ୍ରଭୁ ଜଗନ୍ନାଥ ତାଙ୍କ ପରିବାରକୁ ଅସୀମ ଧୈର୍ଯ୍ୟ ଦିଅନ୍ତୁ ବୋଲି ମନ୍ତ୍ରୀ ତାଙ୍କ ଶୋକ ବାର୍ତ୍ତାରେ ପ୍ରକାଶ କରିଛନ୍ତି।

ସେହିଭଳି ଶ୍ରୀ ରାଉତଙ୍କ ବିୟୋଗରେ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ନିର୍ଦ୍ଦେଶକ, ଅତିରିକ୍ତ ଶାସନ ସଚିବ, ଯୁଗ ନିର୍ଦ୍ଦେଶକ, ଉପ ନିର୍ଦ୍ଦେଶକ ଏବଂ ବିଭାଗୀୟ ବରିଷ୍ଠ ଅଧିକାରୀ ପ୍ରମୁଖ ମଧ୍ୟ ଶୋକ ବ୍ୟକ୍ତ କରିଛନ୍ତି।

ସୂଚନା ଯୋଗ୍ୟ ଗତ ରବିବାର ଦିନ କଟକସ୍ଥିତ ବିଜୁ ପଟ୍ଟନାୟକ ଛକ ନିକଟରେ ସେ ଏକ ସଡକ ଦୁର୍ଘଟଣାର ସମ୍ମୁଖୀନ ହୋଇ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ମଙ୍ଗଳବାର ସନ୍ଧ୍ୟାରେ ସେ ଇହଲୀଳା ସମ୍ବରଣ କରିଛନ୍ତି। ଗତ ମଇ ୨୮ ତାରିଖ ୨୦୨୧ ମସିହାରୁ ସେ ଓଡିଶା ସାହିତ୍ୟ ଏକାଡେମୀର ସଚିବ ଭାବେ ସୂଚାରୁ ରୂପେ କାର୍ଯ୍ୟ କରି ଆସୁଥିଲେ।

Comments are closed.