Latest Odisha News

ଅକ୍ଟୋବର ୧୫ ଯାଏଁ ବନ୍ଦ ରହିବ ସମସ୍ତ ହୋଟେଲ ଓ ରେଷ୍ଟୁରାଣ୍ଟ; ଗୁଜବ ନା ସତ, ଜାଣନ୍ତୁ

ନୂଆଦିଲ୍ଲୀ: ମହାମାରୀ କରୋନା ପାଇଁ ଆଗାମୀ ଅକ୍ଟୋବର ୧୫ ଯାଏଁ ସମସ୍ତ ହୋଟେଲ ଓ ରେଷ୍ଟୁରାଣ୍ଟ ବନ୍ଦ ରହିବ । ଏନେଇ କିଛି ଦିନ ହେବ ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚା ଜୋର ଧରିଛି ।

ତେବେ ଏହା କେତେ ସତ ଓ କେତେ ଗୁଜବ ଆସନ୍ତୁ ଜାଣିବା…

କରୋନା ମହାମାରୀ ଯୋଗୁ ହୋଟେଲ ବା ରେଷ୍ଟୁରାଣ୍ଟ ଆଗାମୀ ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବା ନେଇ ଚର୍ଚ୍ଚା ହେଉଥିବା ବେଳେ ଏହାକୁ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ଗୁଜବ ବୋଲି ସ୍ପଷ୍ଟ କରାଯାଇଛି ।

ଅକ୍ଟୋବର ୧୫ ତାରିଖ ପର୍ଯ୍ୟନ୍ତ କରୋନା ଭୂତାଣୁ ସଂକ୍ରମଣ ଯୋଗୁ କୌଣସି ହୋଟେଲ ଓ ରେଷ୍ଟୁରାଣ୍ଟ ଖୋଲିବ ନାହିଁ ବୋଲି ଏକ ଗୁଜବ ଜୋର ଧରିଥିଲା। ଏହା ପର୍ଯ୍ୟଟନ ମନ୍ତ୍ରଣାଳୟ ଦୃଷ୍ଟିକୁ ଆସିଥିଲା ।

ମନ୍ତ୍ରଣାଳୟ ନାଁରେ ଏ ସଂକ୍ରାନ୍ତରେ ଖବର ସାମାଜିକ ଗଣମାଧ୍ୟମରେ ପ୍ରକାଶ ପାଇଥିବାରୁ ଏହା ସମଗ୍ର ପର୍ଯ୍ୟଟନ କ୍ଷେତ୍ରରେ ହଇଚଇ ସୃଷ୍ଟି କରିଥିଲା । ତେବେ ଏପରି କୌଣସି ଚିଠି ଜାରି କରାଯାଇ ନାହିଁ ବୋଲି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟ ସ୍ପଷ୍ଟ କରିବା ସହ ଲୋକମାନେ ଏଭଳି ମିଥ୍ୟା ଖବରକୁ ବିଶ୍ୱାସ ନ କରିବାକୁ ମନ୍ତ୍ରଣାଳୟ ପକ୍ଷରୁ ଅନୁରୋଧ କରାଯାଇଛି ।

ପର୍ଯ୍ୟଟନ ମନ୍ତ୍ରଣାଳୟ ଏ ସଂକ୍ରାନ୍ତରେ ସାମାଜିକ ଗଣମାଧ୍ୟମରେ ସ୍ପଷ୍ଟୀକରଣ ଦେବା ସହ ମୁମ୍ବାଇ ପୁଲିସର ସାଇବର ଅପରାଧ ଶାଖାରେ ଅଭିଯୋଗ ମଧ୍ୟ ଦାଖଲ ମଧ୍ୟ କରିଛି ।

ପିଆଇବି ଫାକ୍ଟ ଚେକ ୟୁନିଟ ଏପରି ଖବର ମିଥ୍ୟା ବୋଲି ପୁନଃ ସ୍ପଷ୍ଟୀକରଣ ଦେଇଛି । ଏହି ଦୃଷ୍ଟିରୁ ଏଭଳି ଖବରକୁ ବିଶ୍ୱାସକୁ ନନେଇ କେବଳ ସରକାରୀ ଭାବେ ଦିଆଯାଇଥିବା ସୂଚନାକୁ ବିଶ୍ୱାସ କରିବାକୁ ମନ୍ତ୍ରଣାଳୟ ପକ୍ଷରୁ ଅନୁରୋଧ କରାଯାଇଛି ।

Leave A Reply

Your email address will not be published.