ବ୍ରହ୍ମପୁର: ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ସୁତାକଳ ଛକ ପାଖରେ ଆଶୁତୋଷ ଲେଙ୍କା(୧୨) ସାଇକେଲ ଚଲାଉଥିବା ବେଳେ ଅସାବଧାନତା ଯୋଗୁ ପୋଖରୀ ଭିତରକୁ ଚାଲି ଯାଇଥିଲେ । ଆଖପାଖରେ ଥିବା ଲୋକମାନେ ତୁରନ୍ତ ତାଙ୍କୁ ଯାଇ ଉଦ୍ଧାର କରିବା ସହିତ ଆସିକା ଉପଖଣ୍ଡ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ଏନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଥିବା ନେଇ ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି। ଆଶୁତୋଷ ହେଉଛନ୍ତି ଖାରିଆର ପୂର୍ବତନ ସରପଞ୍ଚ ଅରବିନ୍ଦ ଲେଙ୍କାଙ୍କ ଏକମାତ୍ର ପୁଅ। ଏହି ଘଟଣା ପ୍ରଚାରିତ ହେବାପରେ ଆସିକା ବିଜେଡି ତଥା ଆଖପାଖ ଅଞ୍ଚଳର ବହୁ ରାଜନେତା ତାଙ୍କ ଘରେ ପହଞ୍ଚି ଶୋକ ପ୍ରକାଶ କରିଥିଲେ । ପ୍ରକାଶ ଥାଉକି କିଛି ବର୍ଷ ପୂର୍ବେ ଅରବିନ୍ଦଙ୍କ ଝିଅଙ୍କ ମଧ୍ୟ ଅକାଳ ବିୟୋଗ ହୋଇଥିଲା।
BREAKING NEWS
- Hydroponic Ganja: ହାଇଡ୍ରୋପୋନିକ୍ ଗଞ୍ଜେଇ କ’ଣ? କାହିଁକି ବୃଦ୍ଧି ପାଉଛି ଚୋରା ଚାଲାଣ?
- Iran War: ଶୀଘ୍ର ପଡ଼ିବ ଯୁଦ୍ଧରେ ଯବନିକା!, କହିଦେଲେ ଟ୍ରମ୍ପ…
- ରୁଷିଆରେ ସେନା ବିମାନ ଦୁର୍ଘଟଣା: ୨୯ ମୃତ
- ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ, ସର୍ଚ୍ଚ ଅପରେସନ ଜାରି
- ଆଜିଠୁ ATMରୁ ଟଙ୍କା ଉଠାଣ ସୀମା ବଦଳିଲା, ନୂଆ ଆୟକର ଆଇନ ଲାଗୁ
- ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
- ଆଜି ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡ଼ିଶା ଗଠନକୁ ପୂରିଲା ୯୦ ବର୍ଷ
- ଦୀର୍ଘ ସମୟ ଧରି ଚାଲିଲା ବିଧାନସଭା ଅଧିବେଶନ, ରାତି ଅଧରେ ହେଲା ବିଲ୍ ପାସ୍
- ବଙ୍ଗଳା ନିର୍ବାଚନରେ ବିଜେପି ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- କମର୍ସିଆଲ LPG ଦର ବଢ଼ାଇଲେ କେନ୍ଦ୍ର ସରକାର
Comments are closed.