ନୂଆଦିଲ୍ଲୀ: ଦିଲ୍ଲୀ ଏମ୍ସ ହସ୍ପିଟାଲରେ ସୋମବାର ଦିନ ଅଗ୍ନିକାଣ୍ଡ ଘଟିଛି। ଇମରଜେନ୍ସି ଓ୍ବାର୍ଡର ଗ୍ରାଉଣ୍ଡ ଫ୍ଲୋର୍ ନିକଟ ଷ୍ଟୋର ରୁମରେ ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି।
୭ଟି ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ସୂଚନା ଅନୁଯାୟୀ, ସୋମବାର ଭୋର୍ ୫ ଟାରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡ ପରେ ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିଲା ବେଳେ କ୍ଷୟକ୍ଷତି ହୋଇନଥିବା ଜଣାପଡିଛି।
ଏମ୍ସ ଡାକ୍ତରଖାନାର ଏକ କୋଠରୀରୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା। ବର୍ତ୍ତମାନ ପରିସ୍ଥିତି ନିୟନ୍ତ୍ରଣରେ ରହିଥିବା ବେଳେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ିନାହିଁ।
Comments are closed.