ଭୁବନେଶ୍ୱର: ପୁରୀ ଜିଲ୍ଲା ନିମାପଡ଼ା ବଳଙ୍ଗାଥାନା ଅଞ୍ଚଳରେ ନାବାଳିକାକୁ ନିଆଁ ଲଗାଇଦେବା ଘଟଣାରେ ଦୋଷୀଙ୍କ ବିରୋଧରେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ। ଦୋଷୀଙ୍କୁ ତୁରନ୍ତ ଗିରଫ ନିର୍ଦ୍ଦେଶ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ପୀଡ଼ିତାଙ୍କ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ନାବାଳିକାଙ୍କୁ ଜାଳିଦେବା ଘଟଣାରେ ଏକ୍ସରେ ଏପରି ପୋଷ୍ଟ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।
ଏମ୍ସରେ ନାବାଳିକାର ଚିକିତ୍ସା ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର ସୂଚନା ଦେଇଛନ୍ତି ପ୍ରଭାତୀ ପରିଡା। ତେବେ ଏମ୍ସ ଯାଇ ପୀଡ଼ିତାଙ୍କୁ ଭେଟିବେ ଉପମୁଖ୍ୟମନ୍ତ୍ରୀ। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ଖବର ଶୁଣି ମୁଁ ବ୍ୟଥିତ ଓ ମର୍ମାହତ। ପିଡୀତାଙ୍କୁ AIIMS ସ୍ଥାନାନ୍ତରିତ କରାଯାଇଛି। ଚିକିତ୍ସାର ସମସ୍ତ ଖର୍ଚ୍ଚ ସରକାର ବହନ କରିବେ। ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ।
ସୂଚନା ଅନୁସାରେ ଆଜି ପୁରୀ ଜିଲ୍ଲା ନିମାପଡ଼ା ବଳଙ୍ଗା ବାଇଆ ବରର ଜଣେ ଯୁକ୍ତ-୨ ଛାତ୍ରୀଙ୍କ ଶରୀରରେ ନିଆଁ ଲଗାଇଦେଇଥିଲେ ଦୁର୍ବୃତ୍ତ। ସାଇକେଲରେ ସାଙ୍ଗ ଘରକୁ ଯାଉଥିବା ସମୟରେ ବାଟରେ ୩ ଜଣ ଯୁବକ ନାବାଳିକାକୁ ଅଟକାଇ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଦେଇଛନ୍ତି। ଗୁରୁତର ଅବସ୍ଥାରେ ନାବାଳିକା ପୀଡ଼ିତାଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି ।
Comments are closed.