Latest Odisha News

BREAKING NEWS

ବାରିପଦାରେ ଷଷ୍ଠ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ଜଣେ ଛାତ୍ର ଅଟକ

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲ୍ଲା ବାରିପଦା ସ୍ଥିତ ଏକ ଆଶ୍ରମ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀ ଗର୍ଭବତୀ ହୋଇଥିବା ନେଇ ଅଭିଯୋଗ ହୋଇଛି।

ସମ୍ପୃକ୍ତ ନାବାଳିକା ଜଣକ ଷଷ୍ଠ ଶ୍ରେଣୀର ଛାତ୍ରୀ ହୋଇଥିବା ନେଇ ଜଣାପଡିଛି ।

ମିଳିଥିବା ସୂଚନାନୁଯାୟୀ ଗତ ଫେବୃୟାରୀ ୪ ତାରିଖ ଦିନ ନାବାଳିକା ଜଣ ହଠାତ୍ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ନିମନ୍ତେ ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା ।

ପରବର୍ତ୍ତୀ ସମୟରେ ସେ ଗର୍ଭବତୀ ଥିବା ନେଇ ଡାକ୍ତର ସୂଚନା ଦେଇଥିଲେ । ଏହି ଘଟଣା ଜଣାପଡିବା ପରେ ଆଶ୍ରମ ସ୍କୁଲର ପ୍ରଧାନଶିକ୍ଷୟିତ୍ରୀ ଏନେଇ ଥାନାରେ ଏକ ଏତଲା ଦାଏର କରିଛନ୍ତି ।

ଅନ୍ୟପକ୍ଷରେ ଏହି ଦାଏର ଏତଲାକୁ ଭିତ୍ତି କରି ପୋଲିସ ତଦନ୍ତ ଆରମ୍ଭ କରିଛି । ଏହି ଘଟଣାରେ ଉକ୍ତ ଆଶ୍ରମ ସ୍କୁଲର ଜଣେ ନାବାଳକ ଛାତ୍ରଙ୍କୁ ପୋଲିସ୍ ଅଟକ ରଖିଥିବା ନେଇ ସୁତ୍ରରୁ ପ୍ରକାଶ ।

Leave A Reply

Your email address will not be published.