Latest Odisha News

BREAKING NEWS

ମମିତା ନିଖୋଜ ଘଟଣା: ବିଜେପି ପକ୍ଷରୁ ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ

ଭବାନୀପାଟଣା: ବହୁ ଚର୍ଚ୍ଚିତ କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସନ୍‌ସାଇନ୍‌ ପବ୍ଲିକ୍ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ନିଖୋଜ ଘଟଣାରେ ତେଜୁଛି ବିରୋଧ । ବିଜେପି ପକ୍ଷରୁ ଆଜି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ ପାଳନ କରାଯାଉଛି । ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଓ ସିବିଆଇ ତଦନ୍ତ ଦାବିରେ ବନ୍ଦ ଡାକରା ଦେଇଛି ବିଜେପି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏ ବନ୍ଦ ପାଳନ କରାଯାଉଛି ।

BjdElectrycity

ସକାଳୁ ସକାଳୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ କରୁଛନ୍ତି ବିଜେପି ନେତା ଓ କର୍ମୀ । ପିକେଟିଂ କରିବା ସହ ଟାୟାର ଜାଳି ରାସ୍ତାରୋକ କରିଛନ୍ତି । ବନ୍ଦ ରହିଛି ଦୋକାନ ବଜାର । ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ ରହିଛି । ଗାଡ଼ିମୋଟର ଚଳାଚଳ ବି ବନ୍ଦ ।
ବିଜେପି ଅଭିଯୋଗ କରିଛି, ମମିତାଙ୍କ ନିଖୋଜ ଘଟଣାର ମୁଖ୍ୟ ଅଭିଯୁକ୍ତ ତଥା ସନସାଇନ୍ ପବ୍ଲିକ ସ୍କୁଲର ସଭାପତି ଗୋବିନ୍ଦ ସାହୁ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କ ଘନିଷ୍ଠ । ସ୍କୁଲ ବିରୋଧରେ ଏବେ ସାଂଘାତିକ ଅଭିଯୋଗ ସାମନାକୁ ଆସୁଛି । ଘଟଣାର ସଠିକ ତଦନ୍ତ ସହ ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି ବିଜେପି ।

Leave A Reply

Your email address will not be published.