Latest Odisha News

BREAKING NEWS

ମିଶନ ଶକ୍ତିକୁ ନେଇ ବଡ ବୟାନ ଦେଲେ ମନ୍ତ୍ରୀ ପ୍ରଭାତୀ ପରିଡା

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ତଥା ମିଶନ ଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡା ସୋମବାର ନିଜ ବିଭାଗର ସମୀକ୍ଷା କରିଛନ୍ତି । ପୋଖରୀପୁଟ ସ୍ଥିତ ମିଶନ ଶକ୍ତି ଭବନରେ ପହଞ୍ଚି ବିଭାଗୀୟ ସଚିବ ଶାଳିନୀ ପଣ୍ଡିତ ଓ ମିଶନ ଶକ୍ତି ନିର୍ଦ୍ଦେଶକ ବିନୀତ ଭରଦ୍ବାଜଙ୍କ ସହ ଆଲୋଚନା ପରେ ବଡ଼ ବୟାନ ଦେଇଛନ୍ତି ମିଶନ ଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡା ।

ଗଣମାଧ୍ୟମରେ ପ୍ରତିକ୍ରିୟା ଦେଇ ସେ କହିଛନ୍ତି ଯେ, ମିଶନ ଶକ୍ତି ଏକ ମାଇକ୍ରୋ ସରକାର, ୧୯ଟି ବିଭାଗ ସହିତ ଅନୁବନ୍ଧିତ ଏବଂ ୟୁଏନ ଏଜେନ୍ସି ସହିତ ମଧ୍ୟ ଅନୁବନ୍ଧିତ । ବିଶ୍ୱ, ରାଜ୍ୟ ଏବଂ ଗାଁ ଏଥିରେ ମିଶିକି ଅଛନ୍ତି । ମିଶନ ଶକ୍ତି ଯଦି ଠିକ ଜାଗାରେ ପହଞ୍ଚିବ ବିକଶିତ ଓଡ଼ିଶାର ସ୍ବରୂପ ହିଁ ହେବ ।

ମିଶନ ଶକ୍ତି ମନ୍ତ୍ରୀ ଆହୁରି କହିଛନ୍ତି, ଓଡିଶାକୁ ଏକ ନମ୍ବର କରିବା ପାଇଁ ସାମାଜିକ ସ୍ଥିତି, ଅର୍ଥନୀତି, ମହିଳାଙ୍କ ଅବସ୍ଥିତି ଆଗାମୀ ଶହେ ଦିନ ଭିତରେ ଦ୍ରୁତ ଗତିରେ ବିକାଶ ହେବ । ମିଶନ ଶକ୍ତି ଆଗକୁ ଦୌଡିବ । ବିକଶିତ ଓଡ଼ିଶାର ସ୍ବପ୍ନକୁ ମିଶନ ଶକ୍ତି ହିଁ ପୂରା କରିବ ବୋଲି ସେ କହିଛନ୍ତି ।

Leave A Reply

Your email address will not be published.