Latest Odisha News

ପରଲୋକରେ ତିର୍ତ୍ତୋଲ ବିଧାୟକ ବିଷ୍ଣୁ ଦାସ

ଭୁବନେଶ୍ୱର: ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ବିଷ୍ଣୁ ଦାସଙ୍କ ପରଲୋକ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଗତ ତିନି ତାରିଖରେ ସେ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୬୬ ବର୍ଷ ହୋଇଥିଲା ।

ବିଷ୍ଣୁ ଦାସ ୧୯୫୪ ମସିହା ଅକ୍ଟୋବର ୯ ତାରିଖରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କର ଜୀବନ କାଳ ମଧ୍ୟରେ ସେ ୬ ଥର ବିଧାୟକ ଭାବେ ନିର୍ବାଚିତ ହୋଇଛନ୍ତି । ୨୦୧୬ମସିହାରେ ସେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ । କିନ୍ତୁ ୨୦୧୭ରେ ସେ ଇସ୍ତଫା ଦେଇଥିଲେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ସେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଭାବେ ଦାୟିତ୍ୱରେ ଥିଲେ ।

Leave A Reply

Your email address will not be published.