ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ପଶ୍ଚିମା ଝଡ଼ । ଏହାର ପ୍ରଭାବରେ ଆଜି କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି । କିଛି ଜିଲ୍ଲାରେ କୁଆ-ପଥର ସହ ବର୍ଷା ମଧ୍ୟ ହୋଇପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪ ଘଣ୍ଟା ପାଇଁ ଉତ୍ତର ଓଡ଼ିଶା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ିଘଡ଼ି ସହ ବର୍ଷା ହେବ । ଏଥିପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।
ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ୱଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ପୁରୀ କୁଆପଥର ବର୍ଷା ହୋଇପାରେ ।
ଆସନ୍ତାକାଲିଠୁ ପାଗରେ ପରିବର୍ତ୍ତନ ଆସିବ । ଶୁଖିଲା ରହିବ ପାଗ । ଉତ୍ତର ଓ ଦକ୍ଷିଣ ଓଡ଼ିଶାର ସର୍ବନିମ୍ନ ତାପମାତ୍ରା ହ୍ରାସ ସମ୍ଭାବନା ରହିଛି । ପରବର୍ତ୍ତୀ ୩ ଦିନ ଉତ୍ତର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ତାପମାତ୍ରା ଅପରିବର୍ତ୍ତିତ ରହିବାକୁ ଥିବା ବେଳେ ଆଭ୍ୟନ୍ତରୀଣ ଦକ୍ଷିଣରେ କ୍ରମଶଃ ବଢ଼ିବ ବୋଲି ପାଣିପାଗ ବିଜ୍ଞାନୀ ଆକଳନ କରିଛନ୍ତି । ରାଜ୍ୟର କିଛି ସ୍ଥାନରେ କୁହୁଡ଼ି ପଡ଼ିବା ସମ୍ଭାବନା ରହିଛି ।
Comments are closed.