Latest Odisha News

ପାଣ୍ଡେରାରେ ହେବ ୫୦ କୋଟିରେ ହେବ ଆଧୁନିକ ମାଛ ବଜାର

ଭୁବନେଶ୍ବର: ଭୁବନେଶ୍ବର ପାଣ୍ଡେରାରେ ହେବ ଆଧୁନିକ ମାଛ ମାର୍କେଟ୍ । ଏନେଇ ଦୀର୍ଘ ସମୟ ଧରି ସରକାରଙ୍କ ସହ ଆଲୋଚନା ଚାଲିଥିଲା । ପ୍ରକଳ୍ପ ପାଇଁ ୫୦ କୋଟି ଟଙ୍କାର ବ୍ୟୟ ବରାଦ ରହିଛି ।

ଉତ୍ତର ଭୁବନେଶ୍ବରର ପାଣ୍ଡେରା ଅଞ୍ଚଳରେ ଏହି ଆଧୁନିକ ମାଛ ମାର୍କେଟ ପାଇଁ ଦୀର୍ଘ ସମୟରୁ ରାଜ୍ୟ ସରକାରଙ୍କ ସହିତ ଆଲୋଚନା କରି ଆସୁଥିଲେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ । ୨୦୨୪ ସେପ୍ଟେମ୍ବର ମାସରେ ଭୁବନେଶ୍ବର ସାଂସଦ ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସାକ୍ଷାତ କରି ସବିଶେଷ ପ୍ରକଳ୍ପ ସମ୍ପର୍କରେ ଆଲୋଚନା କରିଥିଲେ । ରାଜ୍ୟ ସରକାରଙ୍କ ସହମତି ପରେ ଏହି ପ୍ରକଳ୍ପ କେନ୍ଦ୍ରକୁ ଯାଇଥିଲା ।

ତେବେ କେନ୍ଦ୍ର ମତ୍ସ୍ୟ ଓ ପଶୁ ପାଳନ ଏବଂ ଡାଏରୀ ଗମେଣ୍ଟ ଅଫ୍ ଇଣ୍ଡିଆ ଏହି ପ୍ରକଳ୍ପକୁ ମଞ୍ଜୁର କରିଛନ୍ତି । ପାଣ୍ଡେରା ନିକଟରେ ୫.୮୦ ଏକର ଜମିରେ ଏହି ଆଧୁନିକ ମାଛ ମାର୍କେଟ ସ୍ଥାପନ କରାଯିବ, ଏଥିପାଇଁ ୫୦ କୋଟିର ଅନୁଦାନ ମଞ୍ଜୁର କରିଛନ୍ତି । ଏହି ଅବସରରେ ଡବଲ ଇଞ୍ଜିନ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ।

 

Comments are closed.