Latest Odisha News

BREAKING NEWS

୫ରେ ଓଡ଼ିଶା ଆସିବେ ମୋଦୀ

ଯାଜପୁର: ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ମାର୍ଚ୍ଚ ୫ ତାରିଖରେ ଓଡ଼ିଶା ଗସ୍ତରେ ଆସିବା ନେଇ ସହପ୍ରଭାରୀ ଲତା ଉସେଣ୍ଡି ସୂଚନା ଦେଇଛନ୍ତି । ଯାଜପୁର ଜିଲ୍ଲା ଚଣ୍ଡିଖୋଲରେ କର୍ଯ୍ୟକ୍ରମ ରହିଥିବା ସୂଚନା ରହିଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ କାର୍ଯ୍ୟକ୍ରମ ସ୍ଥିର ହେବ ପରେ ବଡ଼ଚଣା ନିର୍ବାଚନ ମଣ୍ଡଳୀର ଚଣ୍ଡିଖୋଲ ନିକଟସ୍ଥ ବେଣାପୁର ପଡ଼ିଆରେ ପ୍ରସ୍ତୁତି ଆରମ୍ଭ ହେଇଛି। ଏନେଇ ବିଜେପି ଶିବିରରେ ଉତ୍ସାହ ଦେଖାଦେଇଥିବା ବେଳେ ପ୍ରଶାସନିକ ତତ୍ପରତା ପ୍ରକାଶ ପାଇଛି।

ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଚଣ୍ଡିଖୋଲ-ପାରାଦ୍ୱୀପ ୫୩ ନମ୍ବର ଜାତୀୟ ରାଜପଥ ସହ ବିଭିନ୍ନ ପ୍ରକଳ୍ପର ଶିଳନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହ ପଡ଼ିଆରେ ଅନୁଷ୍ଠିତ ସାଧାରଣ ସଭାରେ ଉଦବୋଧନ ଦେବା ନେଇ ସୂଚନା ରହିଛି। ଏହା ସରକାରୀ କାର୍ଯ୍ୟକ୍ରମ ହୋଇଥିଲେ ମଧ୍ୟ ସାଧାରଣ ନିର୍ବାଚନ ପାଖେଇ ଆସୁଥିବାରୁ ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତକୁ ନେଇ ରାଜନୈତିକ ବାତାବରଣ ସରଗରମ ହୋଇଛି। ବିଜେପିର ଏକ ପ୍ରତିନିଧି ଦଳ ସମାବେଶ ସ୍ଥଳ ବୁଲି ଦେଖିଥିବା ବେଳେ ଜିଲ୍ଲା ପ୍ରଶାସନିକ ଅଧିକାରୀମାନେ ପ୍ରସ୍ତୁତିର ତଦାରଖ କରିଥିବା ସୂଚନା ମିଳିଛି।

ଏହା ପୂର୍ବରୁ ଫେବୃଆରୀ ୩ ତାରିଖରେ ଓଡ଼ିଶା ଆସିଥିଲେ ମୋଦୀ । ସମ୍ବଲପୁର ଗସ୍ତରେ ଆସି ୬୮ ହଜାର କୋଟିର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଥିଲେ । ଖାଲି ସେତିକି ନୁହେଁ, ସମ୍ବଲପୁର ଆଇଆଇଏମ୍ ସ୍ଥାୟୀର କ୍ୟାମ୍ପସର ମଧ୍ୟ ଲୋକର୍ପଣ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଗସ୍ତର ଏକ ମାସ ପରେ ପୁଣି ଥରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ।

Leave A Reply

Your email address will not be published.