Latest Odisha News

BREAKING NEWS

ବିଜେଡି ସୁପ୍ରିମୋଙ୍କୁ ମୋଦୀଙ୍କ ଟାର୍ଗେଟ; ଆପଣଙ୍କ ମୁଖ୍ୟମନ୍ତ୍ରୀଙ୍କ ଭଳି ମୁଁ ନୁହେଁ

ବ୍ରହ୍ମପୁର: ବ୍ରହ୍ମପୁରରେ ମୋଦୀ । ବ୍ରହ୍ମପୁରବାସୀଙ୍କୁ ଉଦ୍ବୋଧନ ଦେଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । କହିଲେ ସୁଯୋଗ ଦିଅ, ୫ ବର୍ଷରେ ଓଡିଶାକୁ ନମ୍ବର-୧ କରି ଦେଖାଇବୁ । ବିଜେଡି ସରକାର ସବୁ ହଡପ କରୁଛି । କେନ୍ଦ୍ର ଅନୁଦାନରେ ନିଜ ଷ୍ଟିକର ମାରି ଲୁଟୁଛି । ତେଣୁ ଓଡିଶାରେ ବିଜେପି ସରକାର ଆସିବା ଦରକାର । ମୁଁ ଓଡିଆରେ ଚିଠି ଲେଖିଛି, ଆପଣଙ୍କ ମୁଖ୍ୟମନ୍ତ୍ରୀଙ୍କ ଭଳି ମୁଁ ନୁହେଁ ।

ବ୍ରହ୍ମପୁର ସଭାରେ ଜୟ ଜଗନ୍ନାଥ, ଜୟ ଶ୍ରୀରାମରୁ ଅଭିଭାଷଣ ଆରମ୍ଭ କଲେ ମୋଦୀ । କହିଲେ ‘ଓଡ଼ିଶା ପାଖରେ ପ୍ରଚୁର ପାଣି, ଉର୍ବର ଜମି, ଜମି ତଳେ ଖଣିଜ ଭଣ୍ଡାର ଅଛି। ଓଡ଼ିଶାକୁ ମହାପ୍ରଭୁ ପ୍ରାକୃତିକ ସଂପଦରେ ଭରି ଦେଇଛନ୍ତି । ଓଡ଼ିଶା ଏତେ ଧନୀ, କିନ୍ତୁ ଓଡ଼ିଶାର ଲୋକ କାହିଁକି ଗରିବ ? ସବୁ କିଛି ଦୋଷ ବିଜେଡି ଓ କଂଗ୍ରେସର । ପ୍ରଥମେ କଂଗ୍ରେସ ଓ ପରେ ବିଜେଡି ନେତାଙ୍କ ଲୁଟ୍‌ ଏହି ପାପ ପାଇଁ ଦାୟୀ। ମୁଖ୍ୟମନ୍ତ୍ରୀଙ୍କ ଏହି ଜିଲ୍ଲାରୁ ସର୍ବାଧିକ ଶ୍ରମିକ ଦାଦନ ଯାଉଛନ୍ତି ।’

‘ଏଠି ମେଡିକାଲରେ ଡାକ୍ତର ନାହାନ୍ତି, ପିଲା ଅଧାରୁ ପାଠ ଛାଡୁଛନ୍ତି । ହିଞ୍ଜିଳିରେ ଶୀତଳଭଣ୍ଡାର ନାହିଁ, ପିଇବା ପାଣି ନାହିଁ । ମୋଦି ଓଡ଼ିଶାର ବିକାଶ ପାଇଁ ବଜେଟର ଅଭାବ ରଖିନାହାନ୍ତି । ୧୦ ବର୍ଷରେ ଉପା ସରକାର ଓଡ଼ିଶାକୁ ୧ ଲକ୍ଷ କୋଟି ଦେଇଥିଲେ । ମୋଦି ୧୦ ବର୍ଷରେ ଓଡ଼ିଶାକୁ ସାଢ଼େ ୩ ଲକ୍ଷ କୋଟିରୁ ଅଧିକ ଦେଇଛନ୍ତି । କେବଳ ପଇସା ପଠାଇଲେ ହେବନି, ଭଲ ସରକାର ହେବା ତ ଦରକାର । ବିଜେଡି ସରକାର କେନ୍ଦ୍ର ଯୋଜନାରେ ନିଜ ଷ୍ଟିକର ଲଗାଇ ଲୁଟୁଛି ।’

‘ଜଳ ଜୀବନ ମିଶନରେ କେନ୍ଦ୍ର ୧୦ ହଜାର କୋଟି ଦେଇଛି । ଉକ୍ତ ଟଙ୍କାକୁ ଏଠା ସରକାର ଠିକ ଭାବେ ଖର୍ଚ୍ଚ କରିପାରିଲେନି । ମୋଦି ମାଗଣା ଚାଉଳ ଦେଉଛି, ଏଠିକାର ସରକାର ସେଥିରେ ନିଜ ଫଟୋ ଛାପୁଛି । ନିଜେ କିଛି କରିନାହାନ୍ତି, ତେଣୁ ବେଇମାନୀ କରିବାକୁ ପଡୁଛି ।’

‘ଓଡ଼ିଶା ଲୋକଙ୍କୁ ମାଗଣା ଚିକିତ୍ସା ସୁବିଧା ମିଳିପାରୁନି । ବିଜେଡି ସରକାର ଏଠାରେ ଆୟୁଷ୍ମାନ ଯୋଜନା ଲାଗୁ କରାଉନାହାନ୍ତି । ଲୋକଙ୍କୁ ଚିକିତ୍ସା ମିଳିନପାରିବାର ଦୋଷୀ ଏଠାର ବିଜେଡି ସରକାର । ଜୁନ୍‌ ୧୦ରେ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ନେଲେ ଆୟୁଷ୍ମାନ ଯୋଜନା ଲାଗୁ ହେବ  । ୭୦ ବର୍ଷରୁ ଅଧିକ ବୟସ୍କଙ୍କ ଚିକିତ୍ସା ଖର୍ଚ୍ଚ ମାଗଣାରେ ହେବ । ଏଠି ବିଜେଡି ସରକାର ମହିଳାଙ୍କ ହିତକୁ ଗୁରୁତ୍ୱ ଦେଉନାହାନ୍ତି । ତେଣୁ ଏଠାରେ ବିଜେପି ସରକାର ହେବା ବହୁତ ଜରୁରୀ । ’

Leave A Reply

Your email address will not be published.