Latest Odisha News

BREAKING NEWS

ବିଶ୍ୱକର୍ମା ଜୟନ୍ତୀରେ ‘ପିଏମ୍ ବିଶ୍ୱକର୍ମା’ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ:  ବିଶ୍ୱକର୍ମା ଜୟନ୍ତୀ ଅବସରରେ ‘ପିଏମ୍ ବିଶ୍ୱକର୍ମା’ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ।  ପାରମ୍ପରିକ ଶିଳ୍ପରେ ନିୟୋଜିତ କାରିଗର ମାନଙ୍କୁ ସହାୟତା ପ୍ରଦାନ କରିବା ଏବଂ ସେମାନଙ୍କର ଦକ୍ଷତା ବୃଦ୍ଧି କରିବା ଏହି ଯୋଜନାର ମୂଳଲକ୍ଷ୍ୟ ।   ‘ପିଏମ୍ ବିଶ୍ୱକର୍ମା’ ଯୋଜନା ପାଇଁ ୧୩,୦୦୦ କୋଟି ଟଙ୍କାର ସମ୍ପୂର୍ଣ୍ଣ ପାଣ୍ଠି ଯୋଗାଇ ଦେବେ କେନ୍ଦ୍ର ସରକାର ।  ‘ପିଏମ୍ ବିଶ୍ୱକର୍ମା’ ରେ  ୧୮ଟି କାରିଗରୀ ଶିଳ୍ପକୁ ଅନ୍ତର୍ଭୁକ୍ତ କରାଯିବ । ପିଏମ୍ ବିଶ୍ୱକର୍ମା ସାର୍ଟିଫିକେଟ୍ ଏବଂ ପରିଚୟ ପତ୍ର ଜରିଆରେ ବିଶ୍ୱକର୍ମା ମାନଙ୍କୁ ମାନ୍ୟତା ଦିଆଯିବ ।

୨୦୨୩   ସେପ୍ଟେମ୍ବର ୧୭ ତାରିଖ ପୂର୍ବାହ୍ନ ପ୍ରାୟ ୧୧ଟାରେ ନୂଆଦିଲ୍ଲୀର ଦ୍ୱାରକାସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାସନାଲ କନଭେନ୍ସନ୍ ଆଣ୍ଡ ଏକ୍ସପୋ ସେଣ୍ଟରରେ “ପିଏମ୍ ବିଶ୍ୱକର୍ମା”  ଯୋଜନାର ଶୁଭାରମ୍ଭ କରିବେ । କେବଳ କାରିଗର ଓ ଶିଳ୍ପୀ ମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ନୁହେଁ ବରଂ ସ୍ଥାନୀୟ ଉତ୍ପାଦ, କଳା ଓ ହସ୍ତଶିଳ୍ପ ମାଧ୍ୟମରେ ବହୁ ପୁରୁଣା ପରମ୍ପରା, ସଂସ୍କୃତି ଓ ବିବିଧ ଐତିହ୍ୟକୁ ବଞ୍ଚାଇ ରଖିବା ଓ ସମୃଦ୍ଧ କରିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣ ଦ୍ୱାରା ଏହି ଯୋଜନା ଅନୁପ୍ରାଣିତ ହୋଇଛି ।

୧୩,୦୦୦ କୋଟି ଟଙ୍କା ବ୍ୟୟ ଅଟକଳ ସହିତ କେନ୍ଦ୍ର ସରକାର ପିଏମ୍ ବିଶ୍ୱକର୍ମା ଯୋଜନାକୁ ସମ୍ପୂର୍ଣ୍ଣ ଆର୍ଥିକ ସହାୟତା ପ୍ରଦାନ କରିବେ । ଏହି ଯୋଜନା ଅଧୀନରେ ବାୟୋମେଟ୍ରିକ୍ ଆଧାରିତ ପିଏମ୍ ବିଶ୍ୱକର୍ମା ପୋର୍ଟାଲ ବ୍ୟବହାର କରି ସାଧାରଣ ସେବା କେନ୍ଦ୍ର ମାଧ୍ୟମରେ ବିଶ୍ୱକର୍ମା ମାନଙ୍କୁ ମାଗଣାରେ ପଞ୍ଜୀକୃତ କରାଯିବ । ସେମାନଙ୍କୁ ପିଏମ୍ ବିଶ୍ୱକର୍ମା ସାର୍ଟିଫିକେଟ୍ ଏବଂ ପରିଚୟ ପତ୍ର, ମୌଳିକ ଓ ଉନ୍ନତ ଦକ୍ଷତା ବିକାଶ ପ୍ରଶିକ୍ଷଣ ସହିତ ୧୫,୦୦୦ ଟଙ୍କାର ଟୁଲକିଟ୍ ପ୍ରୋତ୍ସାହନ ରାଶି, ୫% ରିହାତି ସୁଧ ହାରରେ ୧ ଲକ୍ଷ ଟଙ୍କା (ପ୍ରଥମ କିସ୍ତି) ଏବଂ ୨ ଲକ୍ଷ ଟଙ୍କା (ଦ୍ୱିତୀୟ କିସ୍ତି) ପର୍ଯ୍ୟନ୍ତ ବନ୍ଧକମୁକ୍ତ ଋଣ ସହାୟତା, ଡିଜିଟାଲ କାରବାର ପାଇଁ ପ୍ରୋତ୍ସାହନ ଏବଂ ମାର୍କେଟିଂ ସହାୟତା ପ୍ରଦାନ କରାଯିବ ।

ଏହି ଯୋଜନା ସମଗ୍ର ଭାରତରେ ଗ୍ରାମାଂଚଳ ଏବଂ ସହରାଞ୍ଚଳର କାରିଗର ଏବଂ ଶିଳ୍ପୀ ମାନଙ୍କୁ ସହାୟତା ପ୍ରଦାନ କରିବ । ପିଏମ୍  ବିଶ୍ୱକର୍ମା ଯୋଜନା ଅଧୀନରେ ୧୮ଟି ପାରମ୍ପରିକ ହସ୍ତଶିଳ୍ପ ଅନ୍ତର୍ଭୁକ୍ତ ହେବ । ଏଗୁଡିକ ମଧ୍ୟରେ ରହିଛି-

(୧) ବଢ଼େଇ କାମ ; (୨) ଡଙ୍ଗା ନିର୍ମାଣ; (୩) ଅସ୍ତ୍ରଶସ୍ତ୍ର ନିର୍ମାଣ; (୪) କମାର କାମ ; (୪) ହାତୁଡି ଏବଂ ଟୁଲ୍ କିଟ୍ ପ୍ରସ୍ତୁତି ; (୬) ତାଲା ନିର୍ମାଣ; (୭) ବଣିଆ  ; (୮) କୁମ୍ଭାର କାମ; (୯) ମୂର୍ତ୍ତିଶିଳ୍ପୀ, ପଥର ଶିଳ୍ପୀ; (ଙ୍ଘ) ମୋଚି (ଚପଲ / ଜୋତା କାରିଗର); (୧୧) ମିସ୍ତ୍ରୀ (ରାଜମିସ୍ତ୍ରୀ); (୧୨) ଟୋକେଇ / ଚଟେଇ / ଝାଡୁ ପ୍ରସ୍ତୁତକାରୀ / ନଡିଆ କତା ବୁଣାଳୀ; (୧୩) କଣ୍ଢେଇ ଏବଂ ଖେଳନା ନିର୍ମାଣ (ପାରମ୍ପରିକ); (୧୪) ଭଣ୍ଡାରୀ; (୧୫) ଫୁଲମାଳ ପ୍ରସ୍ତୁତି ; (୧୬) ଧୋବା; (୧୭) ଦରଜୀ; ଏବଂ (୧୮) ମାଛଧରା ଜାଲ ପ୍ରସ୍ତୁତି ।

Leave A Reply

Your email address will not be published.