Latest Odisha News

BREAKING NEWS

ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଉପସ୍ଥାପନ କଲେ ମୋହନ ମାଝୀ

ଭୁବନେଶ୍ୱର: ୨୪ ବର୍ଷ ପରେ ଓଡିଶାକୁ ବିଜେପି ଦେଲା ନୂଆ ମୁଖ୍ୟମନ୍ତ୍ରୀ । ମୋହନ ମାଝୀଙ୍କୁ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଘୋଷଣା କଲା ବିଜେପି । ଆସନ୍ତାକାଲି ଶପଥ ଗ୍ରହଣ ପରେ ଓଡିଶା ଶାସନଭାର ସମ୍ଭାଳିବେ ମୋହନ ମାଝୀ। ଏବେଠୁ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ମାଝୀ। ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ସରକାର ଗଢ଼ିବାକୁ ଯାଉଛି ବିଜେପି। ଏଥିଲାଗି ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି ଉପସ୍ଥାପନ କଲେ ମୋହନ ମାଝୀ।

ମଙ୍ଗଳବାର ବସିଥିବା ଦଳର ବିଧାୟକ ଦଳ ବୈଠକରେ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କ ଉପରେ ମୋହର ବାଜିଛି। ତେବେ ଏନେଇ ବିଧିବଦ୍ଧ ଭାବେ ଘୋଷଣା କରାଯିବା ପରେ ସନ୍ଧ୍ୟାରେ ମୋହନଙ୍କ ସମେତ ବିଜେପିର ବରିଷ୍ଠ ନେତାମାନେ ରାଜଭବନରେ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି। ସେଠାରେ ସେ ସରକାର ଗଠନ ପାଇଁ ଦାବି ଉପସ୍ଥାପନ କରିଛନ୍ତି।

ଏହି ଅବସରରେ ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ରାଜନାଥ ସିଂ, ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଅନେକ ବରିଷ୍ଠ ନେତା ଉପସ୍ଥିତ ରହିଥିଲେ। ସୂଚନା ଥାଉକି ଆସନ୍ତାକାଲି ଜନତା ମଇଦାନରେ ଓଡିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ । ଶପଥ ଗ୍ରହଣ ପରେ ଓଡିଶା ଶାସନଭାର ସମ୍ଭାଳିବେ ମୋହନ ମାଝୀ । ଏହା ସହିତ କେଭି ସିଂ ଦେଓ ଏବଂ ପ୍ରଭାତୀ ପରିଡାଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରିଛନ୍ତି ରାଜନାଥ ସିଂ ।

Leave A Reply

Your email address will not be published.