Latest Odisha News

ସାରା ଓଡ଼ିଶାକୁ ଅଗ୍ରସର ହେଲା ମୌସୁମୀ, ୨ ଦିନ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ଓଡ଼ିଶାକୁ ଅଗ୍ରସର ହୋଇଛି । ଏଥିସହ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଗତ ୨୪ ଘଣ୍ଟା ରେ ରାଜ୍ୟରେ ୨୧.୩ ମିମି ବର୍ଷା ରେକର୍ଡ କରାଯାଇଛି ଯାହା କି ସ୍ୱାଭାବିକ ବର୍ଷା ୮.୯ ମିମି ତୁଳନାରେ ୧୩୯ ପ୍ରତିଶତ ଅଧିକ । ସେହିଭଳି ରାଜ୍ୟରେ ସର୍ବାଧିକ ୫୨.୫ ମିମି ବର୍ଷା ମାଲକାନଗିରି ଜିଲ୍ଲାରେ ରେକର୍ଡ ହୋଇଛି । ଯାହା କି ସ୍ୱାଭାବିକ ବର୍ଷା ତୁଳନାରେ ୫୯୧ % ଅଧିକ ।

ପାଣିପାଗ ବିଭାଗର ଆକଳନ ଅନୁସାରେ, ରାଜ୍ୟରେ ୨୭ ତାରିଖ ଯାଏ ବର୍ଷା ଲାଗି ରହିବ । ୨୫ ଓ ୨୬ ତାରିଖରେ ବର୍ଷାର ପରିମାଣ ବଢ଼ିବା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଅନେକ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ।

୨୪ ଘଣ୍ଟାରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କଟକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ସେହିଭଳି ୨୪ ତାରିଖରେ କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୁଳ, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଜାରି ହୋଇଛି ୟେଲୋ ଆଲର୍ଟ ।

୨୫ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୋନପୁର, ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ରହିଥିବା ବେଳେ ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ, ଯାଜପୁର, ଢେଙ୍କାନାଳ, କଟକ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ନୟାଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

୨୬ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅନୁଗୁଳ, ସମ୍ବଲପୁର, ସୋନପୁର, ବୌଦ୍ଧ, ବରଗଡ଼, ବଲାଙ୍ଗିର, କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି । ସେହିଭଳି ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଢେଙ୍କାନାଳ, କଟକ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି ।

୨୭ ତାରିଖରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

Leave A Reply

Your email address will not be published.