Latest Odisha News

BREAKING NEWS

ସକ୍ରିୟ ହେଉଛି ମୌସୁମୀ: ୮ଟି ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ମୌସୂୁମୀ ବାୟୁ ରାଜ୍ୟରେ ସକ୍ରିୟ ହେବାରେ ଲାଗିଛି । ଆସନ୍ତା ୨୪ ଘଂଟା ମଧ୍ୟରେ ଏହା ରାଜ୍ୟର ବଳକା ଜିଲ୍ଲା ଗୁଡିକୁ ଛୁଇଁବା ସମ୍ଭାବନା ରହିଛି । ପାଣିପାଗ ବିଭାଗ ଆକଳନ କରିଛି ଯେ, ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ଜିଲ୍ଲା ସମେତ ରାଜ୍ୟର ଅନ୍ୟ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

BjdElectrycity

ମୌସୁମୀ ପ୍ରଭାବରେ ବଲାଙ୍ଗୀର, କଳାହାଣ୍ଡି, ସୋନପୁର, ବରଗଡ, ନୂଆପଡା, ସମ୍ବଲପୁର, ଝାରସୁଗୁଡା ଏବଂ ସୁନ୍ଦରଗଡର ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବ । ତେଣୁ ଏହି ୮ଟି ଜିଲ୍ଲା ପାଇଁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ଅନ୍ୟ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମେତ ବଜ୍ରପାତ ହେବା ସମ୍ଭାବନା ରହିଥିବା ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.