Latest Odisha News

BREAKING NEWS

୨୪ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ: ୨୪ ଘଣ୍ଟାରେ କେରଳ ଛୁଇଁବ ମୌସୁମୀ । ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ , ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ନେଇ ପାଗ ଅନୁକୂଳ ରହିଛି । ତେଣୁ ଖୁବଶୀଘ୍ର ମୌସୁମୀ ଛୁଇଁବାନେଇ ପୂର୍ବାନୁମାନ କରାଯାଇଛି ।

ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରଭାବରେ ଜୁଲାଇ ମାସରେ ସ୍ୱାଭାବିକ ବର୍ଷା ହେବ। ଜୁଲାଇରୁ ସେପ୍ଟେମ୍ବର ମାସ ମଧ୍ୟରେ ଦେଶରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ନେଇ ଆଜି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସ୍ୱାଭାବିକ ଠାରୁ ଅଧିକ ବର୍ଷା ହେବାର ସମ୍ଭାବନା ଥିବାରୁ କୃଷି କ୍ଷେତ୍ରରେ ଅଭିବୃଦ୍ଧି ଘଟିବ ବୋଲି ଆଶା କରାଯାଉଛି।

ସେପଟେ ରାଜ୍ୟରେ ପୁଣି ବଢ଼ିଲାଣି ତାତି। ଅସ୍ତବ୍ୟସ୍ତ ହୋଇପଡିଲାଣି ଜନଜୀବନ। ସାଢ଼େ ୧୧ଟା ସୁଦ୍ଧା ତାପମାତ୍ରା ୪୨ ପାର୍। ଆଜି ୪୨.୮ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର। ସମ୍ବଲପୁର ୪୨.୨ ଓ ହୀରାକୁଦ ତାପମାତ୍ରା ୪୨ ଡିଗ୍ରୀ ଥିବା ବେଳେ ରାଉରକେଲା ୪୦.୮, କେନ୍ଦୁଝର ୪୦.୫, ଭୁବନେଶ୍ୱର ୩୮.୮ ଡିଗ୍ରୀ ତାପମାତ୍ରା ରହିଛି। ଗୁଳୁଗୁଳିରେ ଛଟପଟ ହେବ ଉପକୂଳ ଓଡ଼ିଶା। ରାଜ୍ୟରେ ଆହୁରି ୩ ଦିନ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ରହିବ ବୋଲି ପୂର୍ବନୁମାନ କରିଛି ପାଣିପାଗ ବିଭାଗ।

Comments are closed.