ଭୁବନେଶ୍ୱର: ଆସନ୍ତା ୨-୩ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାର କିଛି ଅଂଶକୁ ପ୍ରବେଶ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ମଙ୍ଗଳବାର ସୂଚନା ଦିଆଯାଇଛି।
“ଆସନ୍ତା ୨-୩ ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେନ୍ଦ୍ରୀୟ ଆରବ ସାଗରର ଅବଶିଷ୍ଟ ଅଂଶ, ମହାରାଷ୍ଟ୍ରର ଆଉ କିଛି ଅଂଶ, କର୍ଣ୍ଣାଟକର କିଛି ଅଂଶ, ତେଲେଙ୍ଗାନା, ଆନ୍ଧ୍ର ପ୍ରଦେଶ, ଛତିଶଗଡ଼ ଏବଂ ଓଡ଼ିଶା, ପଶ୍ଚିମକେନ୍ଦ୍ରୀୟ ଅଧିକାଂଶ ଅଂଶ ଏବଂ ଉତ୍ତର ବଙ୍ଗୋପସାଗରର କିଛି ଅଂଶ ଏବଂ ଉତ୍ତର-ପୂର୍ବ ରାଜ୍ୟ, ପଶ୍ଚିମବଙ୍ଗ ଏବଂ ସିକିମର କିଛି ଅଂଶକୁ ଅଗ୍ରସର ହେବାକୁ ପାଗ ଅନୁକୂଳ ଥିବା” କହିଛି ପାଣିପାଗ ବିଭାଗ।
ଓଡ଼ିଶା ଉପକୂଳର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ମଧ୍ୟ ଧୀରେ ଧୀରେ ଉତ୍ତର ଦିଗକୁ ଗତି କରିବ ବୋଲି ଆକଳନ କରାଯାଇଛି। ତେବେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବ।
Comments are closed.