Latest Odisha News

ରାଜ୍ୟର କିଛି ଜିଲ୍ଲାରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ, ୨୩ରୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆରମ୍ଭ ହୋଇଛି ପ୍ରାକ୍ ମୌସୁମୀ ବର୍ଷା । ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଥିବା ବେଳେ ଆଉ ୨ରୁ ୩ ଦିନ ପରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼଼ିଶା ଛୁଇଁପାରେ ବୋଲି ଆକଳନ କରାଯାଉଛି ।

ଆଜି କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ହିଟୱେଭ୍ ନେଇ ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୨୨ ତାରିଖରେ ପ୍ରବଳ ବର୍ଷା ନେଇ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, ପୁରୀ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଆଲର୍ଟ କରାଯାଇଛି । ସେହିଭଳି କାଳବୈଶାଖୀ ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, କଟକ ଓ ଖୋର୍ଦ୍ଧା ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି ।

୨୩ ତାରିଖରୁ ବର୍ଷାର ପରିମାଣ ବଢ଼ିବ । ଗଜପତି, ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ କଟକ, କନ୍ଧମାଳ, ଢେଙ୍କାନାଳ, କଳାହାଣ୍ଡି ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

୨୪ରେ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, କଟକ, ଅନୁଗୁଳ, ଢେଙ୍କାନାଳ ଓ ବୌଦ୍ଧ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ପ୍ରବଳ ବର୍ଷା ନେଇ ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ସୋନପୁର, ସମ୍ବଲପୁର, ଦେବଗଡ଼ ଓ କୋରାପୁଟ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।

୨୫ ତାରିଖରେ ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗିର, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ, ଅନୁଗୁଳ, ଝାରସୁଗୁଡ଼ା, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

Leave A Reply

Your email address will not be published.