Latest Odisha News

BREAKING NEWS

ଓଡ଼ିଶା ଚାଷୀଙ୍କ ମାସିକ ଆୟ ତାଲିକା

ଭୁବନେଶ୍ୱର: ଓଡ଼ିଶା ଚାଷୀଙ୍କ ମାସିକ ଆୟ ତାଲିକା । ଓଡ଼ିଶା ଚାଷୀଙ୍କ ମାସିକ ଆୟ ୫ ହଜାର ୧୧୨ ଟଙ୍କା । ଚାଷୀମାନଙ୍କ ସ୍ଥିତିକୁ ନେଇ କେନ୍ଦ୍ର ସରକାରଙ୍କ ପରିସଂଖ୍ୟାନ ଓ ଯୋଜନା କ୍ରିୟାନ୍ୱୟନ ମନ୍ତ୍ରାଳୟ ଦ୍ୱାରା ରିଲିଜ୍ ରିପୋର୍ଟରେ ଏହି ତଥ୍ୟ ଉଲ୍ଲେଖ । ଦେଶରେ ସବୁଠାରୁ କମ୍ ହାରାହାରି ମାସିକ ଆୟ ତାଲିକାରେ ଝାଡଖଣ୍ଡ ପ୍ରଥମ ସ୍ଥାନରେ ରହିଥିବା ବେଳେ ଓଡିଶା ଦ୍ୱିତୀୟ ସ୍ଥାନରେ ରହିଛି । ଏଥିସହ ରିପୋର୍ଟରେ ଆହୁରି ମଧ୍ୟ ରହିଛି ଯେ, ଓଡିଶାର ୬୧.୨ ପ୍ରତିଶତ ଚାଷୀ ପରିବାର ଋଣଗ୍ରସ୍ତ । ଓଡ଼ିଶା ଏହି କ୍ଷେତ୍ରରେ ଦେଶରେ ଷଷ୍ଠ ସ୍ଥାନରେ ରହିଛି ।

ଋଣ ଗ୍ରସ୍ତ ଚାଷୀ ପରିବାର ହାରାହାରି ୩୨ ହଜାର ୭୨୧ ଟଙ୍କା ଋଣ କରିଛନ୍ତି । କୃଷି ଋଣରୁ ଚାଷୀମାନେ ୫୦.୨ ପ୍ରତିଶତ କୃଷି କାର୍ଯ୍ୟରେ ବ୍ୟୟ  କରୁଥିବା ବେଳେ କୃଷି ବ୍ୟବସାୟରେ ୪.୨ ପ୍ରତିଶତ, ଆବାସ ପାଇଁ ୧୩.୨ ପ୍ରତିଶତ, ବିବାହ ଓ ଉତ୍ସବରେ ୮.୪ ପ୍ରତିଶତ, ଶିକ୍ଷା ଓ ସ୍ୱାସ୍ଥ୍ୟରେ ୯.୯ ପ୍ରତିଶତ ଏବଂ ଅନ୍ୟାନ୍ୟ ବ୍ୟବହାରିକ ଖର୍ଚ୍ଚରେ ୧୦.୨ ପ୍ରତିଶତ ବ୍ୟୟ କରିଥିବା ରିପୋର୍ଟରେ କୁହାଯାଇଛି ।

 

 

 

 

 

Leave A Reply

Your email address will not be published.