Latest Odisha News

BREAKING NEWS

ଦେଶରେ ୨୪ ଘଣ୍ଟାରେ ୧୮ ହଜାରରୁ ଉର୍ଦ୍ଧ୍ୱ କରୋନା ପଜିଟିଭ, ୧୦୮ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୧,୧୧,୯୨,୦୮୮କୁ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି।

କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୧୮,୩୨୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ପାଖାପାଖି ୧୦୮ ଜଣଙ୍କର ମୃତ୍ୟୁ ଘଟିଛି। ସୁସ୍ଥ ହୋଇଛନ୍ତି ୧୪,୨୩୪ ଜଣ।

 

ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୧,୮୦,୩୦୪ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ପାଖାପାଖି ୧,୫୭,୬୫୬ ଜଣ ପ୍ରାଣ ହରାଇଛନ୍ତି।

ଆହୁରି ମଧ୍ୟ ସମସ୍ତ ୧,୦୮,୫୪,୧୨୮ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି।

Leave A Reply

Your email address will not be published.