Latest Odisha News

BREAKING NEWS

୨୪ ଘଣ୍ଟାରେ ୪୬ ହଜାରରୁ ଉର୍ଦ୍ଧ୍ୱ କରୋନା ପଜିଟିଭ, ୨୧ ହଜାର ସୁସ୍ଥ

ନୂଆଦିଲ୍ଲୀ: ଭାରତରେ କୋଭିଡ -୧୯ ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ସୋମବାର ଦିନ ଏହି ସଂଖ୍ୟା ୧,୧୬,୪୬,୦୮୧କୁ ଛୁଇଁଥିବା ନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି ।

କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୪୬,୯୫୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ପାଖାପାଖି ୨୧୨ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ସୁସ୍ଥ ହୋଇଛନ୍ତି ୨୧,୧୮୦।

ଏଯାବତ୍ କରୋନା ଆକ୍ଟିଭ୍ କେସ୍ ପ୍ରାୟ ୩,୩୪,୬୪୬ ଥିବା ବେଳେ ପାଖାପାଖି ୧,୫୯,୯୬୭ ଜଣ ପ୍ରାଣ ହରାଇଛନ୍ତି।

ଆହୁରି ମଧ୍ୟ ସମସ୍ତ ୧,୧୧,୫୧,୪୬୮ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

Comments are closed.