Latest Odisha News

BREAKING NEWS

କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ ଭୁବନେଶ୍ୱର ଓ କଟକ ସମେତ ଅନେକ ସ୍ଥାନରେ ଆଜି ପାଗ କୋହଲା ରହିବା ସହ ପ୍ରବଳ ବର୍ଷା ଆଶଙ୍କା ରହିଛି ।

ତେବେ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ପ୍ରାୟ ୧୩ଟି ଜିଲ୍ଲାରେ ଝଡ ବର୍ଷାର ଆଶଙ୍କା ରହିଥିବା ନେଇ ରବିବାର ଦିନ ପୂର୍ବାନୁମାନ କରାଯାଇଛି ।

ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା (ଭୁବନେଶ୍ୱର), ପୁରୀ, ଗଞ୍ଜାମ, ଗଜପତି, ରାୟଗଡ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ଆହୁରି ମଧ୍ୟ ଅପରାହ୍ନ ୪ଟା ୩୦ମି. ମଧ୍ୟରେ କାଳବୈଶାଖୀ ସାଙ୍ଗକୁ ପବନର ବେଗ ଘଣ୍ଟାପ୍ରତି ୩୦-୪୦ କିମି. ରହିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.