Latest Odisha News

BREAKING NEWS

କାଲିଠୁ ବଦଳିଲା ସ୍କୁଲ ସମୟ, ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ

ଭୁବନେଶ୍ୱର: ଆସନ୍ତାକାଲିଠୁ ସକାଳୁଆ ସ୍କୁଲ। ଏପ୍ରିଲ ୨ ବଦଳରେ ଆସନ୍ତାକାଲିଠୁ ସକାଳୁଆ ସ୍କୁଲ ହେବ ବୋଲି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ କରାଯାଇଛି । ସକାଳ ୬ଟା ୩୦ରୁ ୧୦ଟା ୩୦ ଯାଏଁ ସ୍କୁଲ ହେବ ବୋଲି ଚିଠିରେ ଉଲ୍ଲେଖ ରହିଛି।

ପ୍ରଥମରୁ ଦ୍ବାଦଶ ଶ୍ରେଣୀ ଯାଏଁ ସକାଳୁଆ ସ୍କୁଲ ହେବ। ସ୍କୁଲ ସମୟରେ ପ୍ରଚୁର ପାଣି ଓ ORS ମହଜୁଦ ରଖିବାକୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ପିଲାମାନେ ପାଣି ବୋତଲ୍ ନେଇ ଯିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।

Leave A Reply

Your email address will not be published.