ନୂଆଦିଲ୍ଲୀ : କନ୍ଧମାଳକୁ ରେଳପଥ ସଂଯୋଗ ନେଇ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ଅଚ୍ୟୁତ ସାମନ୍ତ । କନ୍ଧମାଳ ସଂସଦୀୟ କ୍ଷେତ୍ରରେ ରେଳପଥ ନିର୍ମାଣ ନେଇ ସାଂସଦ ଅଚ୍ୟୁତ ସାମନ୍ତ ରେଳମନ୍ତ୍ରୀ ଅଶ୍ବିନ୍ ବୈଷ୍ଣବଙ୍କୁ ଭେଟି ଦାବି ଉପସ୍ଥାପନ କରିଛନ୍ତି । ରେଳମନ୍ତ୍ରୀଙ୍କୁ ତାଙ୍କ କାର୍ଯ୍ୟାଳୟରେ ସାକ୍ଷାତ କରିବା ସହ ଏ ସମ୍ପର୍କିତ ଏକ ଦାବି ପାତ୍ର ପ୍ରଦାନ କରିଥିଲେ । ଏହି ସାକ୍ଷାତକାର ପରେ କନ୍ଧମାଳକୁ ରେଳପଥ ନିର୍ମାଣ ନେଇ ପଦକ୍ଷେପ ନିଆଯିବ ବୋଲି କେନ୍ଦ୍ର ରେଳମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି । ସୂଚନାଯୋଗ୍ୟ କନ୍ଧମାଳ ସାଂସଦ ଅଚ୍ୟୁତ୍ ସାମନ୍ତଙ୍କ ଦାବି ଉପରେ ପଦକ୍ଷେପ ଗ୍ରହଣ କରିବା ପାଇଁ ଗତ ଜୁଲାଇ ୯ ତାରିଖରେ ରେଲୱେ ଷ୍ଟାଣ୍ଡିଂ କମିଟିର ଯୁଗ୍ମ ସମ୍ପାଦକ ପ୍ରସନ୍ନଜିତ ସିଂହ ବୋର୍ଡ ଅଧ୍ୟକ୍ଷ ତଥା ସିଇଓ ସୁମିତ୍ ଶର୍ମାଙ୍କୁ ଚିଠି ଲେଖି କନ୍ଧମାଳବାସୀଙ୍କ ଦୀର୍ଘ ଦିନର ଦାବି ସଂପର୍କରେ ଅବଗତ କରାଇଥିଲେ । ଖୁବଶୀଘ୍ର କନ୍ଧମାଳକୁ ରେଳପଥ ସଂଯୋଗ କାର୍ଯ୍ୟ ତ୍ବରାନ୍ବିତ କରାଯିବ ବୋଲି ଆଶା ପ୍ରକାଶ କରିଛନ୍ତି ସାଂସଦ ଅଚ୍ୟୁତ୍ ସାମନ୍ତ ।
BREAKING NEWS
- କଟକର ଘରୋଇ କଲେଜ ହଷ୍ଟେଲରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ
- ଆସୁଛି ଆଉ ଏକ ଲଘୁଚାପ, ୧୨ ଯାଏଁ ପ୍ରବଳ ବର୍ଷା
- ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ
- ATCରେ ତ୍ରୁଟି, ବ୍ରିଟେନରେ ୧୦୦୦ ବିମାନ ବାତିଲ
- ବନ୍ୟା ପରେ ନେପାଳରେ ଭୂକମ୍ପ, ତୀବ୍ରତା ୫.୦…
- ଫାୟାର ସେଫ୍ଟି ନିୟମ ନମାନିଲେ ବନ୍ଦ ହେବ କୋଚିଂ ସେଣ୍ଟର…
- ବିଶ୍ୱରେ ସବୁଠୁ ଅଧିକ ଟଙ୍କା ପାଉଥିବା ପ୍ରଧାନମନ୍ତ୍ରୀ : ବଢ଼ିଲା ବାର୍ଷିକ ୧ ନିୟୁତ ଡଲାର
- ପାର୍ବଣ ଋତୁ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି ପାଇଁ ଡିଜିପିଙ୍କ ନିର୍ଦ୍ଦେଶ;ଗୁଇନ୍ଦା ସୂଚନା ସଂଗ୍ରହ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଉପରେ ଗୁରୁତ୍ୱାରୋପ
- ଆଖୁ ଉତ୍ପାଦନ ବଢ଼ାଇବାକୁ ଆଧୁନିକ ଆଖୁ ଚାଷ ଉପରେ ଗୁରୁତ୍ୱ ବୃଦ୍ଧି କରିଛି ରାଜ୍ୟ
- “ମାଳିପୁଟ ମେଲୋଡିଜ୍” ଏହି ଦିନ ହେବ ରିଲିଜ;କୋରାପୁଟରେ ଜୀବନ ଓ ସଂଘର୍ଷର କାହାଣୀ କହିବ …

Comments are closed.