Latest Odisha News

ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ରେ ଆସନ୍ତାକାଲି ହେବ ଶପଥଗ୍ରହଣ ଉତ୍ସବ: ଉଭୟ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ମଧ୍ୟପ୍ରଦେଶ ଏବଂ ଛତିଶଗଡରେ ଆସନ୍ତାକାଲି ଅର୍ଥାତ ଡିସେମ୍ବର ୧୩ ତାରିଖରେ ଶପଥଗ୍ରହଣ କରିବେ ନୂଆ ମୁଖ୍ୟମନ୍ତ୍ରୀ । ଉଭୟ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମଧ୍ୟପ୍ରଦେଶରେ ପୂର୍ବାହ୍ନ ୧୧ଟା ୩୦ରେ ମୋତିଲାଲ ନେହରୁ ଷ୍ଟାଡିୟମରେ ଶପଥଗ୍ରହଣ ସମାରୋହ ଆୟୋଜିତ ହେବ  । ତିନିତିନି ଥର ବିଧାୟକ ଭାବେ ଜିତିଥିବା ମୋହନ ଯାଦବ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ।

ସେହିପରି ଛତିଶଗଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବିଷ୍ଣୁ ଦେବ ସାଏ । ଅପରାହ୍ନ ୪ଟାରେ ସାଇନ୍ସ କଲେଜ ମୈଦାନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଶପଥ ଗ୍ରହଣ କରିବେ ବିଷ୍ଣୁ ଦେବ ସାଏ ।

ଉଭୟ ରାଜ୍ୟରେ ଶପଥ ଗ୍ରହଣ ପ୍ରସ୍ତୁତି ଜୋରଦାର ଚାଲିଛି । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ କେନ୍ଦ୍ର ଗୃହମନ୍ତ୍ରୀ ଅମିତି ଶାହ, ଜାତୀ୍ର ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ବହୁ ବରିଷ୍ଠ ବିଜେପି ନେତା ମଧ୍ୟ ସାମିଲ ରହିବେ ।

Comments are closed.