Latest Odisha News

ମୁଁ, ମୋ ପରେ ସୁଜିତ, ଆଗକୁ ଅନେକ ମଧ୍ୟ ଦଳ ଛାଡିପାରନ୍ତି: ମମତା ମହାନ୍ତ

ଭୁବନେଶ୍ଵର: ବିଜେଡି ନେତାଙ୍କ ଦଳ ଛାଡ଼ିବା ନେଇ ସାଂସଦ ମମତା ମହାନ୍ତଙ୍କ ପ୍ରତିକ୍ରିୟା । ବିଜେଡିର ବହୁ ନେତା ଓ କର୍ମୀ ଅସନ୍ତୁଷ୍ଟ ଅଛନ୍ତି । ହୁଏତ ସେମାନେ ମଧ୍ୟ ଦଳ ଛାଡି ଆସିପାରନ୍ତି ବୋଲି କହିଛନ୍ତି ସାଂସଦ ମମୟା ମହାନ୍ତ । ବିଜେଡିର ଅଧିକାଂଶ ନେତା ଓ କର୍ମୀ ଏକଛତ୍ରବାଦ ଶାସନରେ ଅସନ୍ତୁଷ୍ଟ ହୋଇଗଲେଣି । ମୟୂରଭଞ୍ଜ ଜିଲ୍ଲାରେ ୮୦ ପ୍ରତିଶତ ବିଜେଡି କର୍ମୀ ଏବେ ଅସନ୍ତୁଷ୍ଟ ଅଛନ୍ତି ବୋଲି କହିଛନ୍ତି ମମତା ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ଯେଉଁମାନେ ଦଳ ପ୍ରତିଷ୍ଠା କରିଥିଲେ, ଆଜି ସେମାନେ ଦଳରେ ନାହାନ୍ତି । ସେମାନଙ୍କୁ ଦଳରେ ଅଣଦେଖା କରାଗଲା । ମୋ ପରେ ସୁଜିତ କୁମାର ଦଳ ଛାଡ଼ିଲେ, ହୁଏତ ଆଗକୁ ଅନେକ ଆସିପାରନ୍ତି ବୋଲି କହିଛନ୍ତି ସାଂସଦ ମମତା ମହାନ୍ତ ।

ସୂଚନାଯୋଗ୍ୟ ଯେ, ଗତକାଲି ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେଇଥିଲେ ସୁଜିତ କୁମାର। ୨୦୨୦ରେ ବିଜେଡି ପକ୍ଷରୁ ରାଜ୍ୟସଭାକୁ ଯାଇଥିବା ସୁଜିତ କୁମାର ଗତକାଲି ନିଜ ଇସ୍ତଫା ପତ୍ର ରାଜ୍ୟସଭା ଅଧ୍ୟକ୍ଷଙ୍କ ନିକଟକୁ ପଠାଇଥିଲେ। ୨୦୨୬ରେ ତାଙ୍କ କାର୍ଯ୍ୟକାଳ ସରିବାକୁ ଥିବାବେଳେ ୨ ବର୍ଷ ପୂର୍ବରୁ ସେ ଇସ୍ତଫା ଦେଇଥିଲେ। ଅପରପକ୍ଷେ, ସୁଜିତ କୁମାରଙ୍କୁ ଦଳରୁ ବହିଷ୍କାର କରାଯାଇଥିଲା । ଦଳର ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କରିଥିଲେ। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବିଜେଡିରୁ ବହିଷ୍କାର କରାଯାଇଥିବା ସୂଚନା ମିଳିଥିଲା।

Comments are closed.