Latest Odisha News

BREAKING NEWS

ଏମ୍‌ଏସ୍‌ଏମ୍‌ଇ ବାଣିଜ୍ୟ ମେଳାକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଉଦଘାଟିତ ହୋଇଛି ଏମ୍‌ଏସ୍‌ଏମ୍‌ଇ ବାଣିଜ୍ୟ ମେଳା । ଭର୍ଚୁଆଲ୍ ମାଧ୍ୟମରେ ଏହି ମେଳାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଆଜିଠାରୁ ଆରମ୍ଭ ହୋଇଥିବା ଏହି ଏମ୍‌ଏସ୍‌ଏମ୍‌ଇ ବାଣିଜ୍ୟ ମେଳା ଆସନ୍ତା ୯ ତାରିଖ ଯାଏ ଚାଲିବ ।

ରାଜ୍ୟର ବାଣିଜ୍ୟ ଓ ରପ୍ତାନୀକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଏହି ବାଣିଜ୍ୟ ମେଳା ଆରମ୍ଭ ହୋଇଛି । ପ୍ରତିବର୍ଷ ମେଳାରେ ରାଜ୍ୟ ତଥା ରାଜ୍ୟ ବାହାରର ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗୀ ସାମିଲ୍ ହେଉଥିବା ବେଳେ, ଚଳିତ ବର୍ଷ କୋଭିଡ କଟକଣାକୁ ନଜରରେ ରଖି ବାହାର ରାଜ୍ୟର ଅଂଶଗ୍ରହଣକାରୀଙ୍କୁ ସାମିଲ କରାଯାଇ ନାହିଁ । ଚଳିତ ବର୍ଷ ରାଜ୍ୟ ତଥା ଜାତୀୟ ସ୍ତରରୁ ବିଭିନ୍ନ ପିଏସୟୁ ଏବଂ ଶିଳ୍ପ ଉଦ୍ୟୋଗୀ ମାନେ ଏମ୍‌ଏସ୍‌ଏମ୍‌ଇ ବାଣିଜ୍ୟ ମେଳାରେ ସାମିଲ ହୋଇଛନ୍ତି ।

Leave A Reply

Your email address will not be published.