କଟକ: ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଓ ସଂଗୀତକାର ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର। ବର୍ତ୍ତମାନ କଟକର ଏକ ଘରୋଇ ହସ୍ପିଟାଲରୁ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର କରାଯାଇଛି । ଭେଣ୍ଟିଲେଟର ସପୋର୍ଟ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସକୁ ସ୍ଥାନାନ୍ତର କରାଯାଇଛି।
ସୂଚନାଥାଉକି, ଗତ କିଛି ଦିନ ଧରି ତାଙ୍କର ସ୍ୱାସ୍ଥ୍ୟ ଖରାପ ଥିଲା । ଲିଭର ଜନିତ ସମସ୍ୟାରେ ସେ ପୀଡିତ ଥିଲେ । ଗତ ସପ୍ତାହରୁ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଅଭିଜିତ ମଜୁମଦାର। ସ୍ବାସ୍ଥ୍ଯରେ ଉନ୍ନତି ନହେବାରୁ ବର୍ତ୍ତମାନ ଗୁରୁତର ଅବସ୍ଥାରେ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି।
ସୂଚନାଯୋଗ୍ୟ ଯେ, ଅନେକ ଆଲବମ ପାଇଁ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଅଭିଜିତ ମଦୁମଦାର । ୨୦୦୦ମସିହାରେ କାଶିଆ କପିଳା ଜରିଆରେ ଫିଲ୍ମ ଦୁନିଆରେ ପାଦ ଥାପିଥିଲେ ଅଭିଜିତ ମଜୁମଦାର । ସେ ୫୦ରୁ ଅଧିକ ଫିଲ୍ମ ପାଇଁ ସଙ୍ଗୀତ ନିର୍ଦ୍ଦେଶନା ଦେଇ ସାରିଛନ୍ତି ।
Comments are closed.