ଯାଜପୁର: ନବରାତ୍ର ପାଇଁ ଚଳ ଚଞ୍ଚଳ ହୋଇ ଉଠିଛି ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠ । ମାଙ୍କ ଷୋଡଶ ଉପଚାର ରେ ପୂଜା ଜାରି ରହିଥିବା ବେଳେ ନବରାତ୍ରର ତୃତୀୟ ଦିନରେ ମାଙ୍କ ଗର୍ଭ ଗୃହ କୁ ଯାଇ ପାଦ ସ୍ପର୍ଶ ଓ ମୁଖ ଦର୍ଶନ ପାଇଁ ଶ୍ରଦ୍ଧାଳୁ ଙ୍କ ଲମ୍ବା ଲାଇନ ଦେଖିବାକୁ ମିଳିଛି । ମାଙ୍କ ଦୁର୍ଗୋସ୍ଚଭ ର ସ୍ୱତନ୍ତ୍ରତା ହେଉଛି ରଥଯାତ୍ରା ପରମ୍ପରା । ଅପରାହ୍ନରେ ମାଙ୍କ ଚଳନ୍ତି ପ୍ରତିମା ରଥ ଉପରକୁ ବିଜେ କରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଥାନ୍ତି । ଏଭଳି ବିରଳ ପରମ୍ପରା ଅନ୍ୟ କୌଣସି ଠାରେ ଦେଖିବାକୁ ମିଳେ ନାହିଁ । ସେପଟେ ଶ୍ରଦ୍ଧାଳୁଙ୍କୁ ଆକର୍ଷିତ କରିବା ଚଳିତ ବର୍ଷ ପ୍ରଥମ ଥର ପଲିଶ୍ରୀ ମେଳାର ଆୟୋଜନ କରାଯାଇଛି । ମା’ଙ୍କ ଶୃଙ୍ଖଳିତ ଦର୍ଶନ, ନୀତିକାନ୍ତି ଏବଂ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ଶେଷ କରିବା ପାଇଁ ମନ୍ଦୀର ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିବା ଜିଲ୍ଲାପାଳ କହିଛନ୍ତି ।
BREAKING NEWS
- Main Actor Nahi Hoon Release: ଚାରୋଟି ଫିଲ୍ମ ଫେଷ୍ଟିଭାଲରେ ଛାଇଲା ନୱାଜୁଦ୍ଦିନ ସିଦ୍ଦିକୀଙ୍କ ଏହି ଫିଲ୍ମ…ଏବେ ଭାରତରେ ହେବ ରିଲିଜ୍…
- District Planning Committees: ୩୦ ଜିଲ୍ଲା ପାଇଁ ଯୋଜନା କମିଟି ଗଠନ;୪ ମନ୍ତ୍ରୀ ଓ ୨୬ ବିଧାୟକଙ୍କୁ ଦାୟିତ୍ବ
- କାହିଁକି ବୃଦ୍ଧି ପାଉଛି ରାଣୀ ମହୁମାଛି ଚୋରା ଚାଲାଣ? ଜାଣନ୍ତୁ କେତେ ରହିଛି ଏହାର ବଜାର ମୂଲ୍ୟ
- Isreal After Trump says leave War: ଯୁଦ୍ଧରେ ଆମେରିକାଠୁ ଅଲଗା ହେଲା କି ଇସ୍ରାଏଲ? ଟ୍ରମ୍ପଙ୍କ ବୟାନ ପରେ ନେତାନ୍ୟାହୁଙ୍କ ବଡ଼ ଘୋଷଣା…
- PM Modi Assam Visits: ଚା ବଗିଚାରେ ହଠାତ୍ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ, ମହିଳାଙ୍କ ସହ ଛିଣ୍ଡାଇଲେ ଚା ପତ୍ର…
- ଭାରତରେ ପ୍ରଥମ ଥର ପାଇଁ କେବେ ଆସିଥିଲା ପେଟ୍ରୋଲ? ଜାଣନ୍ତୁ କେଉଁ ଦେଶରୁ ଆମଦାନି ହୋଇଥିଲା..
- Hydroponic Ganja: ହାଇଡ୍ରୋପୋନିକ୍ ଗଞ୍ଜେଇ କ’ଣ? କାହିଁକି ବୃଦ୍ଧି ପାଉଛି ଚୋରା ଚାଲାଣ?
- Iran War: ଶୀଘ୍ର ପଡ଼ିବ ଯୁଦ୍ଧରେ ଯବନିକା!, କହିଦେଲେ ଟ୍ରମ୍ପ…
- ରୁଷିଆରେ ସେନା ବିମାନ ଦୁର୍ଘଟଣା: ୨୯ ମୃତ
- ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ, ସର୍ଚ୍ଚ ଅପରେସନ ଜାରି
Comments are closed.