Latest Odisha News

BREAKING NEWS

ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ପୁରୀ: ମହାପ୍ରଭୁଙ୍କ ନବଯୌବନ ଦର୍ଶନ କରୁଛନ୍ତି ଭକ୍ତି । 14 ଦିନ ପରେ ମହାପ୍ରଭୁଙ୍କ ନବ ଯୈାବନ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଗହଳି ହୋଇଛି । ବଡ଼ ଦାଣ୍ଡରେ ଗହଳି ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଆଜି ସକାଳ ୮ଟାରେ ତାଟି ଫିଟିବା ପରେ ପ୍ରଥମେ ଏକ ଘଣ୍ଟା ପରିମାଣିକ ଦର୍ଶନ ଚାଲିଥିଲା । ଏବେ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି । ମୁଖ୍ୟମନ୍ତ୍ରୀ ମଧ୍ୟ  ମହାପ୍ରଭୁଙ୍କ ନବଯୈାବନ ଦର୍ଶନ ବେଳେ ସମସ୍ତେ ସୁଖ, ଶାନ୍ତି ସମୃଦ୍ଧି ପାଇଁ ପ୍ରାର୍ଥନା କରି ଟୁଇଟ କରିଛନ୍ତି ।

ବିଶେଷ ନୀତି ପାଇଁ ସକାଳ ସାଢ଼େ ୧୦ଟାରୁ ଅପରାହ୍ଣ ୨ଟା, ଅପରାହ୍ନ ୩ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ, ସନ୍ଧ୍ୟା ସାଢ଼େ ୬ଟାରୁ ରାତି ୯ଟା ଓ ରାତି ସାଢ଼େ ୧୦ଟାରୁ ସାଢ଼େ ୧୧ଟା  ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସେହିପରି ଅପରାହ୍ନ ୨ଟା ରୁ ୩ଟା, ସନ୍ଧ୍ୟା ୬ଟାରୁ ସାଢ଼େ ୬ଟା, ରାତ୍ରି ୯ଟାରୁ ସାଢ଼େ ୧୦ଟା ଓ ରାତି ସାଢ଼େ ୧୧ଟାରୁ ସାଢ଼େ ୧୨ଟା ପର୍ଯ୍ୟନ୍ତ ସର୍ବସାଧାରଣ  ହେବ ।

ଏଠାରେ ସୂଚନାଯୋଗ୍ୟ ଗୁରୁବାର  ଉଭାଯାତ୍ରା ସକାଳ ୪ଟାରୁ ସାଢ଼େ ୬ଟା, ମଧ୍ୟାହ୍ଣ ସାଢ଼େ ୧୨ଟାରୁ ଅପରାହ୍ନ ସାଢ଼େ ଗୋଟାଏ ଓ ଅପରାହ୍ଣ ସାଢ଼େ ୩ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ମିଳିପାରିବ । ସେହିପରି ସକାଳ ସାଢ଼େ ୬ଟାରୁ ମଧ୍ୟାହ୍ଣ ସାଢ଼େ ୧୨ଟା ଓ ଅପରାହ୍ଣ ସାଢ଼େ ଗୋଟାଏରୁ ସାଢ଼େ ୩ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ।

ଶ୍ରୀଗୁଣ୍ଡିଚା ଯାତ୍ରା ନୀତିକାନ୍ତି ତଥା ନିର୍ଦ୍ଧାରିତ ସମୟରେ ପହଣ୍ଡି ସମ୍ପାଦନ ସକାଶେ ପ୍ରସ୍ତୁତି ପାଇଁ ଉଭାଯାତ୍ରା ଦିନ ସନ୍ଧ୍ୟା ୫ଟା ପରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ଉପଲବ୍ଧ ହେବନାହିଁ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.