Latest Odisha News

BREAKING NEWS

ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ନବାଙ୍କ ବେଶ

ପୁରୀ: ମକର ସଂକ୍ରାନ୍ତି ପୂର୍ବଦିନ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥଙ୍କର ନବାଙ୍ଗ ବେଶ ସହ ଚାଉଳ ମେଳାଣ ଓ ଫୁଲ ମେଳାଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ସନ୍ଧ୍ୟା ଆଳତୀ ବେଶରେ ମାଳଚୂଆ ଖୁଣ୍ଟିଆ ଓ ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥାନ୍ତି ।

ଏହି ଦିନ ବଡ ସିଂହାର ବେଶରେ ସୋଲ ଓ ଜରି, କଇଁଥ ଅଠାରେ ପ୍ରସ୍ତୁତ ଶଙ୍ଖ, ଚକ୍ର, ହଳ, ମୂଷଳ, କୁଣ୍ଡଳ, ଚଡଗୀ ଇତ୍ୟାଦି ଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କୁ ଲାଗି କରାଯାଇଥାଏ । ଏହି ବେଶରେ ଶ୍ରୀଜଗନ୍ନାଥ ଓ ଶ୍ରୀବଳଭଦ୍ର ଯଥାକ୍ରମେ ସୋଲରେ ନିର୍ମିତ ମକର କୁଣ୍ଡଳ ଓ ଶଙ୍ଖ ଚକ୍ର ହଳ ମୂଷଳ ଇତ୍ୟାଦି ଧାରଣ କରିଥାନ୍ତି । ଏହି ବେଶକୁ ନବାଙ୍କ ବେଶ କୁହାଯାଏ ।

ପୂର୍ବେ, ଏହି ବେଶ ସାମଗ୍ରୀ ଦକ୍ଷିଣ ପାଶ୍ୱର୍ ମଠ (ଶ୍ରୀରାମ ଦାସ ମଠ) ଯୋଗାଇ ଆସୁଥିଲା । କିନ୍ତୁ ଗତ କିଛି ବର୍ଷ ହେଲା ଏହି ମଠ ଆଉ ବେଶ ସାମଗ୍ରୀ ଯୋଗାଇ ପାରୁନାହିଁ । ତେଣୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ବେଶ ପାଇଁ ସମସ୍ତ ଖର୍ଚ୍ଚ ବହନ କରାଯାଉଛି ।

Leave A Reply

Your email address will not be published.