Latest Odisha News

BREAKING NEWS

Heavy rainfall:ଏହି ଜିଲ୍ଲାରେ ଆସନ୍ତାକାଲି ସ୍କୁଲ ଓ ଅଙ୍ଗନବାଡି ଛୁଟି

ନବରଙ୍ଗପୁର:ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ନବରଙ୍ଗପୁର ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ନେଇ ଜିଲ୍ଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ସର୍ବାଧିକ ପ୍ରାଥମିକତା ଦେଇ ସମ୍ଭାବ୍ୟ ଅଘଟଣକୁ ଏଡ଼ାଇବା ନିମନ୍ତେ ନବରଙ୍ଗପୁର ଜିଲାର ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର, ସମସ୍ତ ସରକାରୀ ବିଦ୍ୟାଳୟ, ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଏବଂ ଘରୋଇ ବିଦ୍ୟାଳୟଗୁଡ଼ିକୁ ୨୪ ତାରିଖ ବନ୍ଦ ରଖିବାକୁ ଜିଲ୍ଲାପାଳ ମହେଶ୍ବର ସ୍ବାଇଁ ନିର୍ଦ୍ଦେଶ ଜାରି କରିଛନ୍ତି।

ଜିଲ୍ଲାପାଳଙ୍କ ନିର୍ଦ୍ଦେଶନାମା ଅନୁସାରେ ଆସନ୍ତାକାଲି ( ଅଗଷ୍ଟ ୨୪)ରେ ନବରଙ୍ଗପୁର ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି, ସମସ୍ତ ସରକାରୀ ଏବଂ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ। ତେବେ ସ୍କୁଲ ଏବଂ ଅଙ୍ଗନବାଡ଼ିରେ ଯଦିଓ ପାଠ ପଢ଼ା ଯିବ ନାହିଁ, କିନ୍ତୁ ପ୍ରଧାନଶିକ୍ଷକ/ଶିକ୍ଷକ ଏବଂ ଅଙ୍ଗନବାଡ଼ି କର୍ମଚାରୀମାନେ ନିଜନିଜ କର୍ମସ୍ଥଳରେ ଉପସ୍ଥିତ ରହିବେ।

ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରଧାନ ଶିକ୍ଷୟିତ୍ରୀ /ପ୍ରଧାନଶିକ୍ଷକ, ଶିକ୍ଷୟତ୍ରୀ ଶିକ୍ଷକ, ଅଙ୍ଗନଓ୍ବାଡ଼ି କର୍ମୀ ଓ ସମ୍ପୃକ୍ତ କର୍ମଚାରୀମାନଙ୍କୁ ନିଜ ନିଜ ଅନୁଷ୍ଠାନର ସୁରକ୍ଷା ବ୍ୟବସ୍ଥା ଉପରେ ନଜର ରଖିବା ସହିତ ଜିଲା ପ୍ରଶାସନର ନିର୍ଦ୍ଦେଶନାମା ପାଳନ କରିବାକୁ କୁହାଯାଇଛି।

Leave A Reply

Your email address will not be published.