Latest Odisha News

BREAKING NEWS

ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ

ଯାଜପୁର: ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜାତୀୟ ପ୍ରେସ ଦିବସ ପାଳନ କରାଯାଇଛି । ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋରଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକ୍ରମ ହୋଇଥିଲା ।

ଏଥିରେ ମହାମାରୀ ସମୟରେ ଗଣମାଧ୍ୟମ:ଏକ ନୂତନ ଆହ୍ୱାନ ବିଷୟବସ୍ତୁ ଉପରେ ଆଲୋଚନା ହୋଇଥିଲା । ଗଣମାଧ୍ୟମର ସ୍ୱାଧୀନତା ନରହିଲେ ସମାଜର ଅବକ୍ଷୟ ହେବ ବୋଲି ଅତିଥିମାନେ ମତ ରଖିଥିଲେ । ଏହି ଅବସରରେ ଆୟୋଜିତ ହୋଇଥିବା ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ଏଥିରେ ସମସ୍ତ ଗଣମାଧ୍ୟମର ପ୍ରତିନିଧିମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.