Latest Odisha News

BREAKING NEWS

ଜାତୀୟ ନାଟ୍ୟ ଉତ୍ସବ ‘ପୂର୍ବ ରଙ୍ଗ’ ଆୟୋଜିତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ,ପୂର୍ବାଞ୍ଚଳ ସାଂସ୍କୃତିକ କେନ୍ଦ୍ର ଏବଂ କୋଲକାତାର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଜାତୀୟ ନାଟ୍ୟ ଉତ୍ସବ-୨୦୧୩ ଅନୁଷ୍ଠିତ ହେଉଛି ।

ଏହି ନାଟ୍ୟ ଉତ୍ସବରେ ଦ୍ଵିତୀୟ ଦିନରେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ମୁଖ୍ୟ ଅତିଥି, ବିଶିଷ୍ଟ ନାଟ୍ୟକାର ରମେଶ ପ୍ରସାଦ ପାଣିଗ୍ରାହୀ ସମ୍ମାନିତ ଅତିଥି ଏବଂ ଓଡ଼ିଶା ସାହିତ୍ୟ ଏକାଡେମୀ ସଭାପତି ହୃଷିକେଷ ମଲ୍ଲିକ, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ସଭାପତି ଅରୁଣା ମହାନ୍ତି, ସଚିବ ପ୍ରବୋଧ ରଥ ପ୍ରମୁଖ ଅତିଥି ଭାବରେ ଯୋଗଦେଇଥିଲେ ।

ନଦୀରା ଜାହିର ବାବରଙ୍କ ରଚନା ଓ ନିର୍ଦ୍ଦେଶନାରେ ନାଟକ ‘ୟେ ହେ ବମ୍ବେ ମେରି ଜାନ୍’ ମଞ୍ଚସ୍ଥ ହୋଇଥିଲା । ଏହି ଅବସରରେ ନାଟ୍ୟ ନିର୍ଦ୍ଦେଶକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସେହିପରି ଉତ୍ସବର ତୃତୀୟ ସନ୍ଧ୍ୟାରେ ଶଙ୍କର ଶେଷଙ୍କ ଦ୍ୱାରା ଲିଖିତ ଏବଂ ଚିତ୍ତ ରଞ୍ଜନ ତ୍ରିପାଠୀଙ୍କ ଦ୍ୱାରା ନିର୍ଦ୍ଦେଶିତ ନାଟକ ‘ଆରେ ମାୟାବୀ ସରୋବର’ ମଞ୍ଚସ୍ଥ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ଶେଷରେ ଓଡ଼ିଶା ନାଟ୍ୟସଂଘର ସମ୍ପାଦକ ଶୁଭକାନ୍ତ ପାଢୀ ଧନ୍ୟବାଦ ଅର୍ପଣ କରିଥିଲେ ।

 

Leave A Reply

Your email address will not be published.