Latest Odisha News

BREAKING NEWS

ଗଜପତି ସଡ଼କ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

ଭୁବନେଶ୍ୱର: ଗଜପତି ଜିଲ୍ଲାର ଆର୍.ଉଦୟଗିରିରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ଏଥିସହ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ୨ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି । ମୃତକଙ୍କ ପରିବାର ବର୍ଗଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଆହତ ମାନଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯିବ ବୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଜାମଢିଅ ଗାଁର ୪୦ରୁ ଊର୍ଦ୍ଧ୍ୱ ଲୋକ ଏକ ୪୦୭ରେ ବିବାହ ଭୋଜିରେ ଯୋଗଦେବାକୁ ଯାଉଥିଲେ ।

ଆର୍.ଉଦୟଗିରିର କଙ୍କାଡ଼ାଗୁଡ଼ା ଘାଟିରେ ଗାଡ଼ିଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି । ଆହତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଗୁରୁତରଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତପ କରାଯାଇଛି ।

Leave A Reply

Your email address will not be published.