Latest Odisha News

BREAKING NEWS

‘ଦମନ’ ଚଳଚ୍ଚିତ୍ର ପ୍ରଦର୍ଶନକୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ଚଳଚ୍ଚିତ୍ର ‘ଦମନ’ ହେଲା ଟିକସ ମୁକ୍ତ । ଓଡ଼ିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ  କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ‘ଦମନ’ର ପ୍ରଦର୍ଶନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି ।

ବାସ୍ତବ ଜୀବନରେ ମାଲକାନଗିରିର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ଯୋଗାଇବାରେ ଜଣେ ଯୁବ ଡାକ୍ତର ମାନବିକତାର ଯେଉଁ ନୂଆ ଉଦାହରଣ ସ୍ରୁଷ୍ଟି କରିଛନ୍ତି ତାହା ‘ଦମନ’ ଚଳଚ୍ଚିତ୍ରର ବିଷୟ ବସ୍ତୁ । ସ୍ୱାସ୍ଥ୍ୟ ବିଭାଗ ସମେତ ସବୁ ସରକାରୀ କର୍ମଚାରୀ ମାନଙ୍କ ମଧ୍ୟରେ ସେବା ମନୋଭାବକୁ ଆହୁରି ମଜଭୁତ୍ କରିବା ଦିଗରେ ଏହା ପ୍ରଭାବିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି ।

କରୋନା ମହାମାରୀ ସମୟରେ ଯେଭଳି ରାଜ୍ଯ ସରକାରଙ୍କ ବିଭିନ୍ନ ବିଭାଗ ସମନ୍ଵୟ ରଖି ସେବା ଯୋଗାଇଲେ ସେଭଳି କାମ କଲେ ଆମେ ଏକ ସୁସ୍ଥ ଓ ସଚେତନ ସମାଜର ବିକାଶ କରି ପାରିବା ବୋଲି ମୁଖ୍ୟମନ୍ତ୍ରୀ ଦୃଢ଼ ବିଶ୍ୱାସ ପ୍ରକଟ କରିଛନ୍ତି ।

Leave A Reply

Your email address will not be published.