Latest Odisha News

BREAKING NEWS

ଶରତ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ଓଡିଶା ବିଧାନସଭାର ପୂର୍ବତନ ବାଚସ୍ପତି ଶରତ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ବର୍ଗତ କରଙ୍କୁ ଜଣେ ପ୍ରତିଭାବାନ ରାଜନେତା ଏବଂ ଦକ୍ଷ ପ୍ରଶାସକ ଭାବରେ ବର୍ଣ୍ଣନା କରିଛନ୍ତି। ଓଡିଶା ବିଧାନସଭାର ପୂର୍ବତନ ବାଚସ୍ପତି ଭାବରେ ସେ ଦକ୍ଷତାର ସହ ଗୃହ ପରିଚାଳନା କରି ଏକ ଉତ୍ତମ ସଂସଦୀୟ ପରମ୍ପରା ପ୍ରତିଷ୍ଠା କରିଥିଲେ।

ଏପରିକି ଓଡିଶା ସରକାରରେ ମନ୍ତ୍ରୀ ଭାବରେ ସେ ବିଭିନ୍ନ ସମୟରେ ତାଙ୍କର ନେତୃତ୍ବ ଓ ପ୍ରଶାସନିକ ଅଭିଜ୍ଞତାର ପରାକାଷ୍ଠା ରଖିଯାଇଛନ୍ତି। ଜଣେ ସୁଲେଖକ, ସୁବକ୍ତା ଭାବରେ ସ୍ବର୍ଗତ କର ସମସ୍ତଙ୍କର ଆଦରଣୀୟ ଥିଲେ । ଓଡିଆ ସଂସ୍କୃତି ସଂପର୍କରେ ତାଙ୍କର ଗଭୀର ଜ୍ଞାନ ଥିଲା । ତାଙ୍କ ବିୟୋଗରେ ରାଜ୍ୟ ଜଣେ ବିଶିଷ୍ଟ ରାଜନୈତିଜ୍ଞଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି।

ସେହିପରି ଅନ୍ୟ ଏକ ଶୋକବାର୍ତ୍ତାରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ବରିଷ୍ଠ ରାଜନେତା ତଥା ଓଡିଶା ବିଧାନସଭାର ପୂର୍ବତନ ବାଚସ୍ପତି ଶରତ କରଙ୍କ ଦେହାନ୍ତ ଫଳରେ ରାଜ୍ୟ ରାଜନୀତି ଏବଂ ସାହିତ୍ୟ ଜଗତରେ ଏକ ଅପୂରଣୀୟ କ୍ଷତି ହୋଇଛି। ଏହା ଛଡ଼ା ସେ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି।

ଅଧିକ ପଢନ୍ତୁ- ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ଶରତ କରଙ୍କ ଦେହାନ୍ତ

Leave A Reply

Your email address will not be published.