Latest Odisha News

BREAKING NEWS

ବିଜେପୁର ବିଧାନସଭା ଆସନରୁ ନାମାଙ୍କନ ଦାଖଲ କଲେ ନବୀନ

ଭୁବନେଶ୍ୱର : ବରଗଡ ଲୋକସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବିଜେପୁର ବିଧାନସଭା ଆସନରୁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଦିନ ନିଜ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ମୁଖ୍ୟମନ୍ତ୍ରୀ ପ୍ରାୟ ଦ୍ୱିପ୍ରହର ସମୟରେ ଏକ ବିମାନ ଯୋଗେ ପଦ୍ମପୁରର ସତିଭାତରେ ପହଞ୍ଚିଥିଲେ । ସେଠାରେ ଆୟୋଜିତ ଏକ ସଭାରେ ଉପସ୍ଥିତ ଲୋକମାନଙ୍କୁ ସମ୍ବୋଦ୍ଧିତ କରିବା ପରେ ପଦ୍ମପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଅଭିମୁଖେ ଗସ୍ତ କରିଥିଲେ । ମୁଖ୍ୟମନ୍ତ୍ରୀ ଏକ ବିଶାଳ ର‌୍ୟାଲିରେ ଯାଇ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିଜ ନାମାଙ୍କନ ଦାଖଲ କରିଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା ।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ହିଞ୍ଜିଳି ନିର୍ବାଚନମଣ୍ଡଳୀ ସହିତ ପ୍ରଥମଥର ଲାଗି ବରଗଡ ଜିଲ୍ଲାର ବିଜେପୁର ଆସନରୁ ନିର୍ବାଚନ ଲଢୁଛନ୍ତି । ପୂର୍ବରୁ ସେ ୨୦୦୦, ୨୦୦୪, ୨୦୦୯ ଏବଂ ୨୦୧୪ ନିର୍ବାଚନ ହିଞ୍ଜିଳି ଆସନରୁ ଲଢି ଜିତିଥିଲେ ।

ନବୀନ ମାର୍ଚ୍ଚ ୨୦ ତାରିଖରେ ଗଞ୍ଜାମ ଜିଲ୍ଲା ଛତ୍ରପୁରର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦଳୀୟ ସାଂସଦ ଓ ବିଧାୟକଙ୍କ ଉପସ୍ଥିତିରେ ହିଞ୍ଜିଳି ବିଧାନସଭା ଆସନ ଲାଗି ନିଜ ନାମାଙ୍କନ ପତ୍ର ଦାଖଲ କରିଥିଲେ ।

Leave A Reply

Your email address will not be published.