Latest Odisha News

BREAKING NEWS

ନୂଆପଡ଼ା ଜିଲ୍ଲାକୁ ନବୀନଙ୍କ ଭେଟି, ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଲୋକାର୍ପିତ

ନୂଆପଡ଼ା: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନୂଆପଡ଼ା ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର ତିଖାଲିରେ ନିର୍ମିତ ହେଲିପ୍ୟାଡରେ ପହଞ୍ଚିଥିଲା । ସେଠାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବହୁ ପ୍ରତୀକ୍ଷିତ ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ କରିଛନ୍ତି । ୬୨୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ପ୍ରକଳ୍ପ ଦ୍ୱାରା ନୂଆପଡ଼ା ଜିଲ୍ଲା ୧୩ ହଜାର ୧୯୧ ହେକ୍ଟର ଓ ବଲାଙ୍ଗିର ଜିଲ୍ଲାର ହଜାରେ ୬୭୦ ହେକ୍ଟର ଜମି ଜଳସେଚିତ ହେବ ।

Naveen Inaugurate Lower Indra Water Irrigation Project In Nuapada

ଏଥିସହ ନବୀନ ନୂଆପଡ଼ା ଗସ୍ତ ଅବସରରେ ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲା ପାଇଁ ୪ ହଜାର କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଭେଟି ଦେଇଛନ୍ତି । ଲୋୟର ଇନ୍ଦ୍ର ଜଳସେଚନ ପ୍ରକଳ୍ପ ଲୋକାର୍ପଣ ସହ ସହ ପାନୀୟ ଜଳ, ରାସ୍ତା, ଦକ୍ଷତା ବିକାଶ କେନ୍ଦ୍ର ଭଳି ୭୫୦ କୋଟି ଟଙ୍କାର ଅନେକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Leave A Reply

Your email address will not be published.