Latest Odisha News

BREAKING NEWS

ଆଜି ପବିତ୍ର ଓଡ଼ିଆ ନବବର୍ଷ, ରାଜ୍ୟବାସୀଙ୍କୁ ମୋଦୀ ଓ ନବୀନଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ଆଜି ହେଉଛି ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି । ଓଡ଼ିଆମାନେ ଆଜିର ଏହି ପବିତ୍ର ଦିବସକୁ ନୂଆବର୍ଷ ରୂପେ ପାଳନ କରିଥାଆନ୍ତି । ଆଜିର ଏହି ନବବର୍ଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ଓଡ଼ିଆଙ୍କୁ ଅଭିନନ୍ଦନ ଜ୍ଞାପନ କରିଛନ୍ତି ।

ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ଦିନ ଓଡ଼ିଶାବାସୀଙ୍କୁ ପଣା ସଂକ୍ରାନ୍ତି ତଥା ନବବର୍ଷର ଶୁଭେଚ୍ଛା ଜ୍ଞାପନ କରିଛନ୍ତି ।

 

ଏହି ଅବସରରେ ନବୀନ ଟ୍ୱିଟ୍ କରି କହିଛନ୍ତି, ପବିତ୍ର ବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ କୃପା ଓ ଆଶୀର୍ବାଦରୁ ନବ ବର୍ଷଟି ଆମ ସମସ୍ତଙ୍କ ପାଇଁ ସୁଖ ଓ ସମୃଦ୍ଧିର ବର୍ଷ ହେଉ।

ଏହା ବ୍ୟତୀତ, ଆଜି ଭାରତୀୟ ସମ୍ବିଧାନର ପ୍ରଣେତା ଡ଼ଃ ବି ଆର ଆମ୍ବେଦକରଙ୍କ ଜୟନ୍ତୀ ଅବସରରେ ସେ ମଧ୍ୟ ସ୍ମୃତିଚାରଣ କରିଛନ୍ତି ।

ଆଜି ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଏହି ଅବସରରେ ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ଓଡ଼ିଆ ନବବର୍ଷ ଓ ମହାବିଷୁବ ସଂକ୍ରାନ୍ତିକୁ ନେଇ ସୁନ୍ଦର ବାଲୁକା କଳା ପ୍ରଦର୍ଶନ କରିଛନ୍ତି ।

Leave A Reply

Your email address will not be published.