ଭୁବନେଶ୍ୱର:ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ବିଜେଡି ନେତା ରଘୁରାମ ମାଛଙ୍କୁ ଦଳରୁ ବହିଷ୍କୃତ କରିଛନ୍ତି । ଏ ନେଇ ସୋମବାର ଜାରି ଏକ ବିଜ୍ଞପ୍ତିରେ ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି ।
ରଘୁରାମ ମାଛ କୋରାପୁଟ ନିର୍ବାଚନ ମଣ୍ଡଳୀର ନେତା ଥିଲେ । ଦଳ ବିରୋଧୀ କାମ ପାଇଁ ତାଙ୍କୁ ଦଳରୁ ବିଦା କରାଯାଇଥିବା ଜଣାଯାଇଛି । ସେ ବିଭିନ୍ନ ସମୟରେ ଦଳ ବିରୋଧରେ ଯାଇ କାମ କରୁଥିବା ଦଳ ପକ୍ଷରୁ ଅଭିଯୋଗ ହେଉଥିଲା ।
୨୦୧୪ରେ ରଘୁରାମ ଶିକ୍ଷକତା ଚାକିରି ଛାଡି ବିଜେଡିରେ ଯୋଗ ଦେଇଥିଲେ । ସେହିବର୍ଷ ସେ ବିଧାନସଭା ନିର୍ବାଚନରେ କୋରାପୁଟ ଆସନରୁ ବିଧାୟକ ଭାବେ ଲଢି ହାରିଥିଲେ । ଏହା ପୂର୍ବରୁ ସମାନ ଅଭିଯୋଗରେ ତାଙ୍କୁ ୨୦୨୧ ଅକ୍ଟୋବରରେ ଦଳରୁ ନିଲମ୍ବିତ କରାଯାଇଥିଲା ।
BREAKING NEWS
- PM Modi Assam Visits: ଚା ବଗିଚାରେ ହଠାତ୍ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ, ମହିଳାଙ୍କ ସହ ଛିଣ୍ଡାଇଲେ ଚା ପତ୍ର…
- ଭାରତରେ ପ୍ରଥମ ଥର ପାଇଁ କେବେ ଆସିଥିଲା ପେଟ୍ରୋଲ? ଜାଣନ୍ତୁ କେଉଁ ଦେଶରୁ ଆମଦାନି ହୋଇଥିଲା..
- Hydroponic Ganja: ହାଇଡ୍ରୋପୋନିକ୍ ଗଞ୍ଜେଇ କ’ଣ? କାହିଁକି ବୃଦ୍ଧି ପାଉଛି ଚୋରା ଚାଲାଣ?
- Iran War: ଶୀଘ୍ର ପଡ଼ିବ ଯୁଦ୍ଧରେ ଯବନିକା!, କହିଦେଲେ ଟ୍ରମ୍ପ…
- ରୁଷିଆରେ ସେନା ବିମାନ ଦୁର୍ଘଟଣା: ୨୯ ମୃତ
- ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ, ସର୍ଚ୍ଚ ଅପରେସନ ଜାରି
- ଆଜିଠୁ ATMରୁ ଟଙ୍କା ଉଠାଣ ସୀମା ବଦଳିଲା, ନୂଆ ଆୟକର ଆଇନ ଲାଗୁ
- ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
- ଆଜି ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡ଼ିଶା ଗଠନକୁ ପୂରିଲା ୯୦ ବର୍ଷ
- ଦୀର୍ଘ ସମୟ ଧରି ଚାଲିଲା ବିଧାନସଭା ଅଧିବେଶନ, ରାତି ଅଧରେ ହେଲା ବିଲ୍ ପାସ୍
Comments are closed.